ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି କମିଛି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପତ୍ତି ତାଲିକାରେ ଉଲ୍ଲେଖ କରିଛନ୍ତି ଯେ ଭୁବନେଶ୍ୱର, ନୂଆଦିଲ୍ଲୀ, ହିଞ୍ଜିଳିକାଟୁ ଏବଂ ପଦ୍ମପୁରରେ ୬ଟି ବ୍ୟାଙ୍କ ଆକାଉଣ୍ଟ ରହିଛି। ୨୦୨୧ ଡିସେମ୍ବର ୩୧ ସୁଦ୍ଧା ନବୀନଙ୍କର ମୋଟ ସମ୍ପତ୍ତି ମୂଲ୍ୟ ୬୪ କୋଟି ୯୭ ଲକ୍ଷ ୮୯ ହଜାର ୨୨୦ ଟଙ୍କା । ୨୦୨୦ ତୁଳନାରେ ତାଙ୍କ ସମ୍ପତ୍ତିର ମୂଲ୍ୟ ୩୦ ହଜାର ୫୪୩ ଟଙ୍କା କମିଛି। ୨୦୨୦ରେ ତାଙ୍କ ସମ୍ପତ୍ତିର ମୂଲ୍ୟ ୬୪,୯୮,୧୯୭,୬୩ ଥିବା ବେଳେ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୩,୬୪,୦୭,୨୬୧ ଓ ସ୍ଥାବର ସମ୍ପତ୍ତି ମୂଲ୍ୟ ୧,୩୪,୦୪,୫୦୩। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ୍ବେବ୍‌ସାଇଟରେ ଅପ୍‌ଲୋଡ କରାଯାଇଥିବା ସମ୍ପତ୍ତି ତାଲିକାରେ ଦର୍ଶାଯାଇଛି ଯେ ନବୀନଙ୍କର ବିଭିନ୍ନ ବ୍ୟାଙ୍କରେ ୯୧.୪୧ ଲକ୍ଷ ଟଙ୍କା ଥିବା ବେଳେ ୩.୪୫ ଲକ୍ଷ ଟଙ୍କାର ସୁନାଗହଣ ଏବଂ ୬,୪୩୪ ଟଙ୍କାର ଆମ୍ବାସାଡାର କାର ରହିଛି। ଏସବୁକୁ ମିଶାଇଲେ ମୋଟ ୧୨,୦୯,୨୫,୦୩୧ ଟଙ୍କା ଏବଂ ୫୨,୮୮,୬୪,୧୯୦ ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି। ମୁଖ୍ୟମନ୍ତ୍ରୀଙ୍କର ନବୀନ ନିବାସରେ ଏକତୃତୀୟାଂଶ ଅଂଶଧନ ରହିଛି, ଯାହାର ଆନୁମାନିକ ମୂଲ୍ୟ ୯,୫୨,୪୬,୧୯୦ ଟଙ୍କା। ନୂଆଦିଲ୍ଲୀସ୍ଥିତ ଏପିଜେ ଅବଦୁଲ କଲାମ ରୋଡ୍‌ ନିକଟରେ ଥିବା ସମ୍ପତ୍ତିରେ ନବୀନଙ୍କର ୫୦% ଅଂଶଧନ ରହିଛି, ଯାହାର ଆନୁମାନିକ ମୂଲ୍ୟ ୪୩,୩୬, ୧୮, ୦୦୦ ଟଙ୍କା ହେବ। ଏହି ଉଭୟ ସ୍ଥାବର ସମ୍ପତ୍ତି ସେ ବଂଶାନୁକ୍ରମ ସୂତ୍ରରେ ପାଇଥିବା ଉଲ୍ଲେଖ କରିଛନ୍ତି।
ସେହିପରି ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬.୪୯ କୋଟି ଟଙ୍କା ଦର୍ଶାଇଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ତାଙ୍କ ସ୍ତ୍ରୀଙ୍କ ନାମରେ ୭୫ଟି ଗାଡ଼ି ଥିବା ସମ୍ପତ୍ତି ତାଲିକାରେ ଉଲ୍ଲେଖ କରିଛନ୍ତି। ସେସବୁ ଗାଡ଼ି ବ୍ୟବସାୟରେ ନିୟୋଜିତ ହୋଇଛି। ସେଥିରୁ ୨୦୨୧ରେ ୧୮ଟି ଗାଡ଼ି କିଣାଯାଇଛି ବୋଲି ସେ ଦର୍ଶାଇଛନ୍ତି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ମନ୍ତ୍ରୀ ରୀତା ସାହୁ, ପ୍ରଫୁଲ୍ଲ ମଲ୍ଲିକ, ଅଶ୍ୱିନୀ ପାତ୍ର ସେମାନଙ୍କ ନାମରେ କୌଣସି ୪ ଚକିଆ ଯାନ ନ ଥିବା ସମ୍ପତ୍ତି ତାଲିକାରେ ଦର୍ଶାଇଛନ୍ତି। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ତାଙ୍କ ନାମରେ କୌଣସି ଘର ନାହିଁ ଏବଂ ତାଙ୍କର ୨ ହଜାର ଟଙ୍କା ମୂଲ୍ୟର ଏକ ଦୁଇଚକିଆ ଯାନ ରହିଥିବା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri