ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି କମିଛି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପତ୍ତି ତାଲିକାରେ ଉଲ୍ଲେଖ କରିଛନ୍ତି ଯେ ଭୁବନେଶ୍ୱର, ନୂଆଦିଲ୍ଲୀ, ହିଞ୍ଜିଳିକାଟୁ ଏବଂ ପଦ୍ମପୁରରେ ୬ଟି ବ୍ୟାଙ୍କ ଆକାଉଣ୍ଟ ରହିଛି। ୨୦୨୧ ଡିସେମ୍ବର ୩୧ ସୁଦ୍ଧା ନବୀନଙ୍କର ମୋଟ ସମ୍ପତ୍ତି ମୂଲ୍ୟ ୬୪ କୋଟି ୯୭ ଲକ୍ଷ ୮୯ ହଜାର ୨୨୦ ଟଙ୍କା । ୨୦୨୦ ତୁଳନାରେ ତାଙ୍କ ସମ୍ପତ୍ତିର ମୂଲ୍ୟ ୩୦ ହଜାର ୫୪୩ ଟଙ୍କା କମିଛି। ୨୦୨୦ରେ ତାଙ୍କ ସମ୍ପତ୍ତିର ମୂଲ୍ୟ ୬୪,୯୮,୧୯୭,୬୩ ଥିବା ବେଳେ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୩,୬୪,୦୭,୨୬୧ ଓ ସ୍ଥାବର ସମ୍ପତ୍ତି ମୂଲ୍ୟ ୧,୩୪,୦୪,୫୦୩। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ୍ବେବ୍‌ସାଇଟରେ ଅପ୍‌ଲୋଡ କରାଯାଇଥିବା ସମ୍ପତ୍ତି ତାଲିକାରେ ଦର୍ଶାଯାଇଛି ଯେ ନବୀନଙ୍କର ବିଭିନ୍ନ ବ୍ୟାଙ୍କରେ ୯୧.୪୧ ଲକ୍ଷ ଟଙ୍କା ଥିବା ବେଳେ ୩.୪୫ ଲକ୍ଷ ଟଙ୍କାର ସୁନାଗହଣ ଏବଂ ୬,୪୩୪ ଟଙ୍କାର ଆମ୍ବାସାଡାର କାର ରହିଛି। ଏସବୁକୁ ମିଶାଇଲେ ମୋଟ ୧୨,୦୯,୨୫,୦୩୧ ଟଙ୍କା ଏବଂ ୫୨,୮୮,୬୪,୧୯୦ ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି। ମୁଖ୍ୟମନ୍ତ୍ରୀଙ୍କର ନବୀନ ନିବାସରେ ଏକତୃତୀୟାଂଶ ଅଂଶଧନ ରହିଛି, ଯାହାର ଆନୁମାନିକ ମୂଲ୍ୟ ୯,୫୨,୪୬,୧୯୦ ଟଙ୍କା। ନୂଆଦିଲ୍ଲୀସ୍ଥିତ ଏପିଜେ ଅବଦୁଲ କଲାମ ରୋଡ୍‌ ନିକଟରେ ଥିବା ସମ୍ପତ୍ତିରେ ନବୀନଙ୍କର ୫୦% ଅଂଶଧନ ରହିଛି, ଯାହାର ଆନୁମାନିକ ମୂଲ୍ୟ ୪୩,୩୬, ୧୮, ୦୦୦ ଟଙ୍କା ହେବ। ଏହି ଉଭୟ ସ୍ଥାବର ସମ୍ପତ୍ତି ସେ ବଂଶାନୁକ୍ରମ ସୂତ୍ରରେ ପାଇଥିବା ଉଲ୍ଲେଖ କରିଛନ୍ତି।
ସେହିପରି ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬.୪୯ କୋଟି ଟଙ୍କା ଦର୍ଶାଇଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ତାଙ୍କ ସ୍ତ୍ରୀଙ୍କ ନାମରେ ୭୫ଟି ଗାଡ଼ି ଥିବା ସମ୍ପତ୍ତି ତାଲିକାରେ ଉଲ୍ଲେଖ କରିଛନ୍ତି। ସେସବୁ ଗାଡ଼ି ବ୍ୟବସାୟରେ ନିୟୋଜିତ ହୋଇଛି। ସେଥିରୁ ୨୦୨୧ରେ ୧୮ଟି ଗାଡ଼ି କିଣାଯାଇଛି ବୋଲି ସେ ଦର୍ଶାଇଛନ୍ତି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ମନ୍ତ୍ରୀ ରୀତା ସାହୁ, ପ୍ରଫୁଲ୍ଲ ମଲ୍ଲିକ, ଅଶ୍ୱିନୀ ପାତ୍ର ସେମାନଙ୍କ ନାମରେ କୌଣସି ୪ ଚକିଆ ଯାନ ନ ଥିବା ସମ୍ପତ୍ତି ତାଲିକାରେ ଦର୍ଶାଇଛନ୍ତି। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ତାଙ୍କ ନାମରେ କୌଣସି ଘର ନାହିଁ ଏବଂ ତାଙ୍କର ୨ ହଜାର ଟଙ୍କା ମୂଲ୍ୟର ଏକ ଦୁଇଚକିଆ ଯାନ ରହିଥିବା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri