ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପୁର୍ବଥର ଭଳି ଏହି ଦିନ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆସନ୍ତା ବୁଧବାର ଅର୍ଥାତ୍ ଡିସେମ୍ବର ୨୫ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଆଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri