ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ ଆଜି

ପୁରୁଷୋତ୍ତମପୁର/ଛତ୍ରପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଯୋଗଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ୧ଘଣ୍ଟା ୧୦ ମିନିଟ୍‌ର ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ପୂର୍ବାହ୍ନ ୯ଟା ୫୦ ମିନିଟ୍‌ରେ ତାରାତାରିଣୀଠାରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ପୂର୍ବାହ୍ନ ୧୦ଟାରେ ମା’ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ସେଠାରେ ନୂତନ ପ୍ରସାଦସେବନ ହଲ୍‌, ଭିୟୁ ପଏଣ୍ଟ, ମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ କୋଠା, ଇଣ୍ଟରପ୍ରିଟେଶନ ହଲ୍‌କୁ ଉଦ୍‌ଘାଟନ କରିବେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସେ ଉଦ୍‌ବୋଧନ ଦେବେ। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମଙ୍ଗଳବାର ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରି ଜିଲା ପ୍ରଶାସନ ସହ ଆଲୋଚନା କରିଛନ୍ତି। ଗତ ୧୫ ତାରିଖରୁ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ ହୋଇଥିବା ବେଳେ ୨୦ ତାରିଖରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri