ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ ଆଜି

ପୁରୁଷୋତ୍ତମପୁର/ଛତ୍ରପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଯୋଗଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ୧ଘଣ୍ଟା ୧୦ ମିନିଟ୍‌ର ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ପୂର୍ବାହ୍ନ ୯ଟା ୫୦ ମିନିଟ୍‌ରେ ତାରାତାରିଣୀଠାରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ପୂର୍ବାହ୍ନ ୧୦ଟାରେ ମା’ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ସେଠାରେ ନୂତନ ପ୍ରସାଦସେବନ ହଲ୍‌, ଭିୟୁ ପଏଣ୍ଟ, ମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ କୋଠା, ଇଣ୍ଟରପ୍ରିଟେଶନ ହଲ୍‌କୁ ଉଦ୍‌ଘାଟନ କରିବେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସେ ଉଦ୍‌ବୋଧନ ଦେବେ। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମଙ୍ଗଳବାର ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରି ଜିଲା ପ୍ରଶାସନ ସହ ଆଲୋଚନା କରିଛନ୍ତି। ଗତ ୧୫ ତାରିଖରୁ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ ହୋଇଥିବା ବେଳେ ୨୦ ତାରିଖରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri