ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ଼ ଜିଲା ଗସ୍ତରେ ଆସୁଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ନବୀନ ନିବାସ ଛାଡ଼ି ୧୦ଟା ୨୦ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ଯିବେ। ସେ ଦିନ ୧୦ଟା ୨୫ମିନିଟରେ ଏୟାରକ୍ରାଫ୍ଟରେ ବାହାରି ଦିନ ୧୧ଟା ୫ମିନିଟରେ ବରଗଡ଼ ଜିଲା ପଦ୍ମପୁର ନିକଟ ସତୀଭଟା ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ। ସେଠାରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପୂର୍ବାହ୍ନ ୧୧ଟା ୧୫ମିନିଟରେ ବାହାରି ୧୧ଟା ୩୦ ମିନିଟ୍‌ ସୁଦ୍ଧା ବିଜେପୁରର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ ଏବଂ ୧୧ଟା ୫୯ ମିନିଟରେ ବିଜେପୁରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ଼ ବଣ୍ଟନ ଏବଂ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସମାରୋହରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିପାଇଁ ୧୮ପ୍ଲାଟୁନ ଫୋର୍ସ, ୮ଜଣ ଡିଏସ୍‌ପି, ୧୫ଜଣ ଇନ୍ସପେକ୍ଟର, ୨୫ଜଣ ସବ୍‌ଇନ୍ସପେକ୍ଟର, ୪୦ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ସହିତ ଏସଓଜି, ଡିଭିଏଫ, ସିଆରପିଏଫ୍‌ ଟିମ୍‌କୁ ମୁତୟନ କରାଯିବ ବୋଲି ଏସ୍‌ପି ରାହୁଲ ଜୈନ କହିଛନ୍ତି । ଏହାସହିତ ବିଭିନ୍ନ ଛକ ସ୍ଥାନରେ ଯାଞ୍ଚ କରାଯିବ ଏବଂ ଯେଉଁମାନଙ୍କ କରୋନା ଆରଟିପିସିଆର ରିପୋର୍ଟ ନେଗେଟିଭ ଅଛି, ସେମାନଙ୍କୁ ଯାଞ୍ଚ ପରେ କାର୍ଯ୍ୟକ୍ରମ ସ୍ଥଳୀକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ଏସ୍‌ପି ଜୈନ ସୂଚନା ଦେଇଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରିବା ପାଇଁ ବିରୋଧୀ ଭାଜପା ଓ କଂଗ୍ରେସ ସଜବାଜ ହେଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri