ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ

ଭୁବନେଶ୍ୱର,୨୬।୬(ବ୍ୟୁରୋ):  ରୋମ୍‌ ଗସ୍ତ କାର୍ଯ୍ୟକ୍ରମ ଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଦୁବାଇରେ ପହଞ୍ଚତ୍ବେ। ୨୯ ତାରିଖରେ ମଧ୍ୟ-ପ୍ରାଚ୍ୟର ପୁଞ୍ଜିପତିମାନଙ୍କ ସହ ରାଜ୍ୟରେ ପୁଞ୍ଜି ନିବେଶ ନେଇ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ପୁଞ୍ଜି ନିବେଶ କରିଥିବା ଶିଳ୍ପପତିଙ୍କ ଏକ ଟିମ୍‌ ମଧ୍ୟ ବୈଠକରେ ଯୋଗଦେବ। ପୁଞ୍ଜିପତିଙ୍କ ସହ ମୁଖ୍ୟମନ୍ତ୍ରୀ ଓ୍ବାନ୍‌ ଟୁ ଓ୍ବାନ୍‌ କଥା ହେବେ। କରୋନା ସମୟରେ ବି ରାଜ୍ୟରେ ରେକର୍ଡ ପରିମାଣର ପୁଞ୍ଜି ନିବେଶ ହୋଇଛି । ଦୁବାଇରେ ଖାଦ୍ୟ ପ୍ରକ୍ରିୟାକରଣ, ପର୍ଯ୍ୟଟନ ସହିତ ପେଟ୍ରୋ କେମିକାଲ୍ସ, ପେଟ୍ରୋଲିୟମ ସେକ୍ଟର ଏବଂ ଡାଉନ୍‌ଷ୍ଟ୍ରିମ ଇଣ୍ଡଷ୍ଟ୍ରି ଉପରେ ଫୋକସ ରହିବ। ଓଡ଼ିଶାରେ ଥିବା ଶିଳ୍ପ ବାତାବରଣ, ଲ୍ୟାଣ୍ଡ ବ୍ୟାଙ୍କ, ଇନ୍‌ଭେଷ୍ଟମେଣ୍ଟକୁ ଗ୍ରାଉଣ୍ଡ ଜିରୋରେ ରୂପାୟନ ପର୍ଯ୍ୟନ୍ତ ସରକାରଙ୍କ ସହଜ ଓ ସମୟ ଉପଯୋଗୀ ବ୍ୟବସ୍ଥା ବାବଦରେ ମୁଖ୍ୟମନ୍ତ୍ରୀ ଓ ଟିମ୍‌ ଓଡ଼ିଶା ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ।
ମୁଖ୍ୟମନ୍ତ୍ରୀ ରବିବାର ରାତି ୮ଟା ୨୦ ମିନିଟ୍‌ରେ ଦୁବାଇରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀଙ୍କୁ ଦୁବାଇ ବିମାନବନ୍ଦରରେ ସ୍ବାଗତ କରିବା ଲାଗି ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବରିଷ୍ଠ ବିଧାୟକ ଦେବୀପ୍ରସାଦ ମିଶ୍ର, ଏମ୍‌ପି ସୁଜିତ୍‌ କୁମାର, ବିଧାୟକ ଦିବ୍ୟଶଙ୍କର ମିଶ୍ର ଓ ଆକାଶ ଦାସ ନାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri