ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ

ଭୁବନେଶ୍ୱର,୨୬।୬(ବ୍ୟୁରୋ):  ରୋମ୍‌ ଗସ୍ତ କାର୍ଯ୍ୟକ୍ରମ ଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଦୁବାଇରେ ପହଞ୍ଚତ୍ବେ। ୨୯ ତାରିଖରେ ମଧ୍ୟ-ପ୍ରାଚ୍ୟର ପୁଞ୍ଜିପତିମାନଙ୍କ ସହ ରାଜ୍ୟରେ ପୁଞ୍ଜି ନିବେଶ ନେଇ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ପୁଞ୍ଜି ନିବେଶ କରିଥିବା ଶିଳ୍ପପତିଙ୍କ ଏକ ଟିମ୍‌ ମଧ୍ୟ ବୈଠକରେ ଯୋଗଦେବ। ପୁଞ୍ଜିପତିଙ୍କ ସହ ମୁଖ୍ୟମନ୍ତ୍ରୀ ଓ୍ବାନ୍‌ ଟୁ ଓ୍ବାନ୍‌ କଥା ହେବେ। କରୋନା ସମୟରେ ବି ରାଜ୍ୟରେ ରେକର୍ଡ ପରିମାଣର ପୁଞ୍ଜି ନିବେଶ ହୋଇଛି । ଦୁବାଇରେ ଖାଦ୍ୟ ପ୍ରକ୍ରିୟାକରଣ, ପର୍ଯ୍ୟଟନ ସହିତ ପେଟ୍ରୋ କେମିକାଲ୍ସ, ପେଟ୍ରୋଲିୟମ ସେକ୍ଟର ଏବଂ ଡାଉନ୍‌ଷ୍ଟ୍ରିମ ଇଣ୍ଡଷ୍ଟ୍ରି ଉପରେ ଫୋକସ ରହିବ। ଓଡ଼ିଶାରେ ଥିବା ଶିଳ୍ପ ବାତାବରଣ, ଲ୍ୟାଣ୍ଡ ବ୍ୟାଙ୍କ, ଇନ୍‌ଭେଷ୍ଟମେଣ୍ଟକୁ ଗ୍ରାଉଣ୍ଡ ଜିରୋରେ ରୂପାୟନ ପର୍ଯ୍ୟନ୍ତ ସରକାରଙ୍କ ସହଜ ଓ ସମୟ ଉପଯୋଗୀ ବ୍ୟବସ୍ଥା ବାବଦରେ ମୁଖ୍ୟମନ୍ତ୍ରୀ ଓ ଟିମ୍‌ ଓଡ଼ିଶା ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ।
ମୁଖ୍ୟମନ୍ତ୍ରୀ ରବିବାର ରାତି ୮ଟା ୨୦ ମିନିଟ୍‌ରେ ଦୁବାଇରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀଙ୍କୁ ଦୁବାଇ ବିମାନବନ୍ଦରରେ ସ୍ବାଗତ କରିବା ଲାଗି ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବରିଷ୍ଠ ବିଧାୟକ ଦେବୀପ୍ରସାଦ ମିଶ୍ର, ଏମ୍‌ପି ସୁଜିତ୍‌ କୁମାର, ବିଧାୟକ ଦିବ୍ୟଶଙ୍କର ମିଶ୍ର ଓ ଆକାଶ ଦାସ ନାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri