ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଉଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାରେ ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪ ହଜାର ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଉରକେଲା ସହର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଉଠିଛି। ସବୁଆଡ଼େ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବ୍ୟାନରରେ ସାରା ସହରକୁ ଆଚ୍ଛାଦିତ କରାଯାଇସାରିଛି। ବିପିୟୁଟି ସଭାସ୍ଥଳ ମଧ୍ୟ ପ୍ରସ୍ତୁତ ହୋଇସାରିଛି। ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହିତ ଲୋକମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ଲାଗି ୧୭ ମନ୍ତ୍ରୀ ଏବଂ ୭୦ ଜଣ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାସହ ୧୨ କୋଟି ଟଙ୍କା ବ୍ୟୟରେ ପାନୀୟ ଜଳ ପ୍ରକଳ୍ପ ଏବଂ ୩୫୧ କୋଟି ଟଙ୍କା ଖର୍ଚ୍ଚରେ ୧୧ଟି ବୃହତ୍‌ ଉଠାଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ହେବ। ବିଭିନ୍ନ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲାଗି ୧୫୯୯ କୋଟି ଟଙ୍କା ଖର୍ଚ୍ଚ ହେବ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ୧୦ଟି କସ୍ତୁରବା ଗାନ୍ଧୀ ଆବାସିକା ବାଳିକା ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୭ଟି ଛାତ୍ରାନିବାସ ଏବଂ ୧୬ଟି ଛାତ୍ରୀନିବାସ ଲାଗି ଶିଳାନ୍ୟାସ ହେବ। ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ କରିବା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ମିଳିଛି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ୩୦ରେ ରାଉରକେଲା ବିପିୟୁଟି ପରିସରରେ ପହଞ୍ଚି ସବୁ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବେ। ଲୋକମାନେ ଏହାର ଲାଇଭ ଦେଖିବା ଲାଗି ୧୦୦ରୁ ଅଧିକ ସ୍ଥାନରେ ଏଲ୍‌ଇଡି ବ୍ୟବସ୍ଥା କରାଯାଇଛି। ଏହାସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ୩୫ ପ୍ଲାଟୁନ ପୋଲିସ ମୁତୟନ ରହିବେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ପ୍ରଶାସନିକ ଅଧିକାରୀ, ଦଳୀୟ ନେତା, ପୋଲିସ ଏବଂ ମହାନଗର ନିଗମ ଅଧିକାରୀମାନେ ଲାଗି ପଡିଛନ୍ତି। ଏହା ପୂର୍ବରୁ ସୁନ୍ଦରଗଡ଼ ଜିଲା ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡ଼ାଇ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri