ବଜେଟ ଅର୍ଥ ଖର୍ଚ୍ଚ କରି ପ୍ରକଳ୍ପ କାମ ସାରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଗତବର୍ଷ ତୁଳନାରେ ଚଳିତବର୍ଷ ନଭେମ୍ବର ଶେଷ ସୁଦ୍ଧା ମୋଟ୍‌ ରାଜସ୍ବ ସଂଗ୍ରହରେ ୪ ପ୍ରତିଶତ ବୃଦ୍ଧି ଘଟିଛି। ଅର୍ଥନୀତିର ବିଭିନ୍ନ କ୍ଷେତ୍ରରେ କୋଭିଡ୍‌ ସଙ୍କଟ ସତ୍ତ୍ବେ ରାଜସ୍ବ ସଂଗ୍ରହରେ ଅଭିବୃଦ୍ଧି ଘଟିଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରେ ହୋଇଥିବା ସଚିବସ୍ତରୀୟ ବୈଠକରୁ ଏହା ଜଣାପଡ଼ିଛି। ନଭେମ୍ବର ୨୦୨୦ ସୁଦ୍ଧା ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ଉପସ୍ଥାପନ କରିଥିବା ବିଭିନ୍ନ ବିଭାଗର ଆର୍ଥିକ ପ୍ରଦର୍ଶନ ଉପରେ ସମୀକ୍ଷାକରି ପ୍ରକଳ୍ପଗୁଡ଼ିକର ତ୍ୱରାନ୍ବିତ କାର୍ଯ୍ୟାନ୍ବୟନକୁ ଗୁରୁତ୍ୱ ଦେବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବଜେଟ ଅର୍ଥକୁ ବ୍ୟବହାର କରି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ଗୁରୁତ୍ୱ ଦେବାକୁ ସେ କହିଛନ୍ତି। ଏହାସହ ଭିତ୍ତିଭୂମି ଏବଂ ଜୀବନଜୀବିକା ସୃଷ୍ଟି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରିବା ନେଇ ସୁନିଶ୍ଚିତ କରାଇବାକୁ ସେ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓମ୍ବାଡ୍‌ସି ଓ ଡିଏମ୍‌ଫ୍‌ ପ୍ରକଳ୍ପଗୁଡ଼ିକର ନିୟମିତ ତଦାରଖ ଓ ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଆଦି ପ୍ରମୁଖ ଖଣି ସମ୍ପନ୍ନ ଜିଲାରେ ପାଖାପାଖି ୨ଠ ହଜାର କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଥିବା ସୁରେଶ କହିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଲୋକଙ୍କ ପ୍ରମୁଖ ଆବଶ୍ୟକତାକୁ ପୂରଣ କରିବ। ସେହିପରି ଚିହ୍ନିତ ପ୍ରକଳ୍ପଗୁଡ଼ିକୁ ଗୁରୁତ୍ୱ ଦେବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏହା ଶେଷ କରିବାକୁ ଜଳ ସମ୍ପଦ, ଗ୍ରାମୀଣ ବିକାଶ, ପୂର୍ତ୍ତ, ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ପ୍ରକଳ୍ପଗୁଡିକ କାର୍ଯ୍ୟକାରିତାରେ ପାଣ୍ଠିର ଅଭାବ ରହିବନି ବୋଲି ବିଭାଗଗୁଡ଼ିକୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ସୁନିଶ୍ଚିତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri