ବଜେଟ ଅର୍ଥ ଖର୍ଚ୍ଚ କରି ପ୍ରକଳ୍ପ କାମ ସାରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଗତବର୍ଷ ତୁଳନାରେ ଚଳିତବର୍ଷ ନଭେମ୍ବର ଶେଷ ସୁଦ୍ଧା ମୋଟ୍‌ ରାଜସ୍ବ ସଂଗ୍ରହରେ ୪ ପ୍ରତିଶତ ବୃଦ୍ଧି ଘଟିଛି। ଅର୍ଥନୀତିର ବିଭିନ୍ନ କ୍ଷେତ୍ରରେ କୋଭିଡ୍‌ ସଙ୍କଟ ସତ୍ତ୍ବେ ରାଜସ୍ବ ସଂଗ୍ରହରେ ଅଭିବୃଦ୍ଧି ଘଟିଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରେ ହୋଇଥିବା ସଚିବସ୍ତରୀୟ ବୈଠକରୁ ଏହା ଜଣାପଡ଼ିଛି। ନଭେମ୍ବର ୨୦୨୦ ସୁଦ୍ଧା ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ଉପସ୍ଥାପନ କରିଥିବା ବିଭିନ୍ନ ବିଭାଗର ଆର୍ଥିକ ପ୍ରଦର୍ଶନ ଉପରେ ସମୀକ୍ଷାକରି ପ୍ରକଳ୍ପଗୁଡ଼ିକର ତ୍ୱରାନ୍ବିତ କାର୍ଯ୍ୟାନ୍ବୟନକୁ ଗୁରୁତ୍ୱ ଦେବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବଜେଟ ଅର୍ଥକୁ ବ୍ୟବହାର କରି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ଗୁରୁତ୍ୱ ଦେବାକୁ ସେ କହିଛନ୍ତି। ଏହାସହ ଭିତ୍ତିଭୂମି ଏବଂ ଜୀବନଜୀବିକା ସୃଷ୍ଟି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରିବା ନେଇ ସୁନିଶ୍ଚିତ କରାଇବାକୁ ସେ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓମ୍ବାଡ୍‌ସି ଓ ଡିଏମ୍‌ଫ୍‌ ପ୍ରକଳ୍ପଗୁଡ଼ିକର ନିୟମିତ ତଦାରଖ ଓ ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଆଦି ପ୍ରମୁଖ ଖଣି ସମ୍ପନ୍ନ ଜିଲାରେ ପାଖାପାଖି ୨ଠ ହଜାର କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଥିବା ସୁରେଶ କହିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଲୋକଙ୍କ ପ୍ରମୁଖ ଆବଶ୍ୟକତାକୁ ପୂରଣ କରିବ। ସେହିପରି ଚିହ୍ନିତ ପ୍ରକଳ୍ପଗୁଡ଼ିକୁ ଗୁରୁତ୍ୱ ଦେବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏହା ଶେଷ କରିବାକୁ ଜଳ ସମ୍ପଦ, ଗ୍ରାମୀଣ ବିକାଶ, ପୂର୍ତ୍ତ, ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ପ୍ରକଳ୍ପଗୁଡିକ କାର୍ଯ୍ୟକାରିତାରେ ପାଣ୍ଠିର ଅଭାବ ରହିବନି ବୋଲି ବିଭାଗଗୁଡ଼ିକୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ସୁନିଶ୍ଚିତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri