ବିଦ୍ୟୁତ୍‌ କାଟ୍‌ ନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପ୍ରବଳ ତାତି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଜୁଳି ବିତରଣ କମ୍ପାନୀଗୁଡ଼ିକ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ସମସ୍ୟା ଦେଖାଦେଇଥିବା ବେଳେ ସୋମବାର ଏହାର ସମୀକ୍ଷା କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନେଇ ଏକ ବୈଠକ ବସିଥିଲା। ପରେ ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮ ଶହ ମେଗାଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ ହୋଇଥାଏ। ଏଥିରୁ ଓଡ଼ିଶାକୁ ୪ ଶହ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ମିଳିଥାଏ। ହେଲେ ପାଓ୍ବାର ଷ୍ଟେଶନରେ ହଠାତ୍‌ ସମସ୍ୟା ସୃଷ୍ଟି ହେବା ଯୋଗୁ ଆବଶ୍ୟକ ବିଜୁଳି ଉପଲବ୍ଧ ହେଉନାହିଁ। ତେବେ କୋଇଲା ଅଭାବରୁ ଏଭଳି ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri