ସୋରିଷ କ୍ଷେତ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ

ବାଲେଶ୍ୱର ଅଫିସ, ୧୨।୨: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ସିମୁଳିଆ ବ୍ଲକର ମଇତାପୁର ପଞ୍ଚାୟତ ଗସ୍ତ କରି ସେଠାରେ ମିଶନଶକ୍ତି ମା’ ମାନଙ୍କ ଦ୍ବାରା ପରିଚାଳିତ ସୋରିଷ ଚାଷ ବୁଲି ଦେଖିଛନ୍ତି। ପ୍ରାୟ ୩୦୦ ଏକରରୁ ଊଦ୍ଧର୍‌ବ ଚାଷଜମିରେ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ସୋରିଷ ଚାଷ କରାଯାଉଛି । ପରେ ପ୍ରଶାସନ ପକ୍ଷରୁ ଆୟୋଜିତ ମଇତାପୁର ପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ସଭାରେ ଯୋଗ ଦେଇଥିଲେ। ମିଶନ ଶକ୍ତି ଦ୍ବାରା ମହିଳାମାନେ ବିଭିନ୍ନ କ୍ଷେତ୍ରରେ ଉପାର୍ଜନ କରି ଆର୍ଥିକ ସ୍ବାବଲମ୍ବୀ ହୋଇପାରୁଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ମତବ୍ୟକ୍ତ କରିଥିଲେ। ପ୍ରତ୍ୟେକ ପଞ୍ଚାୟତ ଗୋଟିଏ ଉତ୍ପାଦ ପ୍ରସ୍ତୁତ କରିବା ନିମନ୍ତେ ସରକାରଙ୍କ ନିଆଯାଇଥିବା ପଦକ୍ଷେପ ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ସଚିବ ମହାପାତ୍ର ମିଶନ ଶକ୍ତି ସଦସ୍ୟାମାନଙ୍କୁ ଦୁଇଟି ସୋରିଷ ତେଲ ଘଣା କଳ, ୨ଟି ମସଲା ପେଷିବା କଳ, ଗୋଟିଏ ମୁଢି ଭଜା କଳ ଓ ଗୋଟିଏ ଛୋଟ ଧାନ କଳ ପ୍ରଦାନ କରିଥିଲେ। ଏହି ଗସ୍ତ ବେଳେ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ସାହୁ, ବିଡିଓ ପର୍ଶୁରାମ ପଣ୍ତା, ମିଶନ ଶକ୍ତି ଡିପିସି ବିଶ୍ବଜିତ ପରିଡା, ଓର୍‌ମାସ ଉପ ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ଜିତେନ୍ଦ୍ର ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri