ଝାଡ଼ାବାନ୍ତି ସ୍ଥିତି ସମୀକ୍ଷାକଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୮(ବ୍ୟୁରୋ): ସବୁ ଗାଁରେ ପାନୀୟଜଳ ନିୟମିତ ବ୍ୟବଧାନରେ ବିଶୋଧନ କରିବା ସହ ଲୋକମାନେ ଯେପରି ଝରଣାପାଣି ନ ପିଅନ୍ତି ତା’ଉପରେ ସତର୍କ ଦୃଷ୍ଟି ରଖିବାକୁ ସମସ୍ତ ଜିଲାପାଳଙ୍କୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ସଂକ୍ରମଣ ସମ୍ଭାବନା ଥିବା ଅଞ୍ଚଳରେ ରୋଗ ନିରୀକ୍ଷଣ ଓ ଅନୁଧ୍ୟାନ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରିବା ସହ ବର୍ଷାଋତୁ ଶେଷ ପର୍ଯ୍ୟନ୍ତ ଝାଡ଼ାବାନ୍ତି ନିରାକରଣ ବ୍ୟବସ୍ଥାକୁ ସକ୍ରିୟ ରଖିବା ସହ ସମ୍ପୂର୍ଣ୍ଣ ସଜାଗ ଓ ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳ ଏବଂ କ୍ଷେତ୍ରସ୍ତରୀୟ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ରାଜ୍ୟର ୭ ଜିଲାର ନିର୍ଦ୍ଦିଷ୍ଟ କେତେକ ଅଞ୍ଚଳରେ ଦେଖାଦେଇଥିବା ଝାଡ଼ାବାନ୍ତି ରୋଗର ନିୟନ୍ତ୍ରଣ ଓ ନିରାକରଣ ସ୍ଥିତିର ସମୀକ୍ଷା କରିଛନ୍ତି। ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳ ସଂକ୍ରମଣ ନିୟନ୍ତ୍ରଣ ସମ୍ବନ୍ଧିତ ବିଷୟ ଉପସ୍ଥାପନ କରିଥିଲେ।
ଜିଲାୱାରି ସ୍ଥିତିର ସମୀକ୍ଷା କରି ଗ୍ରାମ ଏବଂ ୱାର୍ଡରୁ କମ୍ୟୁନିଟି ହେଲ୍‌ଥ ସେଣ୍ଟର, ଜିଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ଓ ସଂକ୍ରମିତଙ୍କୁ ତୁରନ୍ତ ହସ୍ପିଟାଲ ସ୍ଥାନାନ୍ତର ନିମନ୍ତେ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଆଶାକର୍ମୀ,ଅଙ୍ଗନଓ୍ବାଡି କର୍ମୀ,ୱାର୍ଡମେମ୍ବର,ସରପଞ୍ଚ/ସ୍ଥାନୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ବିଦ୍ୟାଳୟଗୁଡ଼ିକୁ ସାମିଲ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ରାୟଗଡ଼ା, କୋରାପୁଟ, ନବରଙ୍ଗପୁର,ସୋନପୁର, ନୂଆପଡ଼ା, ଗଜପତି, ଝାରସୁଗୁଡ଼ା ଆଦି ୭ଟି ଜିଲାରେ ସମୁଦାୟ ୬୮୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୬୧୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ୫୩ ଜଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ଏବଂ ୧୭ ଜଣ ହସ୍ପିଟାଲ୍‌ ଆସିବାରେ ବିଳମ୍ବ କରି ମୃତ୍ୟୁମୁଖରେ ପଡିିଛନ୍ତି। ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ତ୍ୱରିତ ପଦକ୍ଷେପ ଯୋଗୁ ନବରଙ୍ଗପୁର, ସୋନପୁର, ନୂଆପଡ଼ା, ଗଜପତି ଓ ଝାରସୁଗୁଡ଼ା ଆଦି ୫ଟି ଜିଲାରେ ଗତ ତିନିଦିନ ଧରି ଲଗାତର ଭାବେ ସଂକ୍ରମଣ ଶୂନରେ ପହଞ୍ଚିଛି। ସେହିପରି ରାୟଗଡା ଓ କୋରାପୁଟ ଜିଲାରେ ମଧ୍ୟ ସଂକ୍ରମଣ ଲଗାତର ୨ ଦିନ ଧରି ରହିଛି। ସମୁଦାୟ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି ବୋଲି ଜିଲାପାଳମାନେ ଜଣାଇଥିଲେ। ବୈଠକରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ, ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ସଂଘମିତ୍ରା ପତି, ପବ୍ଲିକ୍‌ ହେଲ୍‌ଥ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?