କେନ୍ଦ୍ର ସଂସ୍କୃତି ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ମନ୍ଦିର ଓ ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ(ଏନ୍‌ଏମ୍‌ଏ)ଙ୍କ ଦ୍ୱାରା ଜାରି କରାଯାଇଥିବା ଚିଠା ଐତିହ୍ୟ ବାଇ-ଲ’କୁ ବିରୋଧ ଜାରି ରହିଛି। ଏହାକୁ ଉଚ୍ଛେଦ କରିବା ଲାଗି କେନ୍ଦ୍ର ସରକାରଙ୍କ ନିକଟରେ ପ୍ରତିବାଦ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଏମ୍‌ପିମାନଙ୍କୁ ପରାମର୍ଶ ଦେଇଥିଲେ। ସେବାୟତଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ବାଇ-ଲ’କୁ ବିରୋଧ କରି ଆସୁଛନ୍ତି। ଏହି ବାଇ-ଲ’କୁ ପ୍ରତ୍ୟାହାର କରିବା ପାଇଁ ସୋମବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସଂସ୍କୃତି ସଚିବ ରାଘଭେନ୍ଦ୍ର ସିଂଙ୍କୁଚିଠି ଲେଖିଛନ୍ତି। ମହାପାତ୍ର ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଏନ୍‌ଏମ୍‌ଏ ଦ୍ୱାରା ଜାରି କରାଯାଇଥିବା ଶ୍ରୀମନ୍ଦିର ଚିଠା ବାଇ-ଲ’କୁ ନେଇ ସେବାୟତ, ଭକ୍ତ, ଜନସାଧାରଣ ଏବଂ ଜନପ୍ରତିନିଧିଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖା ଦେଇଥିଲା। ଏପରି କି ମନ୍ଦିର ସହ ଜଡିତ ସଂଗଠନ ସହିତ ଆଲୋଚନା ନ କରି ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ଏନ୍‌ଏମ୍‌ଏ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ଜାରି କରିଥିବା ବାଇ-ଲ’କୁ ପ୍ରତ୍ୟାହାର କରିଥିଲେ। ସେହିପରି ଏକାମ୍ର କ୍ଷେତ୍ର ପାଇଁ ଏନ୍‌ଏମ୍‌ଏ ଦ୍ୱାରା ଜାରି କରାଯାଇଥିବା ବାଇ-ଲ’କୁ ନେଇ ସେବାୟତ ଗୋଷ୍ଠୀ, ଭକ୍ତ ଏବଂ ଲୋକମାନଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ଏବଂ ଦେବୋତ୍ତର କମିଶନର ଏହାକୁ ଉଚ୍ଛେଦ କରିବାକୁ ଏନ୍‌ଏମ୍‌ଏକୁ ଚିଠି ଲେଖି ଜଣାଇଛନ୍ତି। ଏହାକୁ ଉଚ୍ଛେଦ କରାଯାଉ ନ ଥିବାରୁ ଦିନକୁ ଦିନ ଅସନ୍ତୋଷ ବଢି ଚାଲିଛି। ଏହା ଧାର୍ମିକ ଭାବନା ସହ ଜଡିତ ଥିବାରୁ ଦିନକୁ ଦିନ ଜନ ଆକ୍ରୋଶ ଆହୁରି ଉଗ୍ର ଆକାର ଧାରଣ କରିବା ସମ୍ଭାବନା ରହିଛି। ଏହା ଲକ୍ଷ ଲକ୍ଷ ଭକ୍ତଙ୍କ ଭାବାବେଗକୁ ଆଘାତ ଦେଇଛି। ଆସନ୍ତା ମାର୍ଚ୍ଚ ୧୧ ତାରିଖ ମହାଶିବରାତ୍ରିରେ ଏକାମ୍ରକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାବେଶ ହେବ। ଏହା ଲୋକଙ୍କ ଧର୍ମୀୟ ଭାବନାକୁ ପ୍ରଭାବିତ କରିବା ସମ୍ଭାବନା ରହିଛି। ଏଭଳି ଐତିହ୍ୟ ବାଇ-ଲ’କୁ ଉଚ୍ଛେଦ କରିବାକୁ ରାଜ୍ୟ ସରକାର ଦୃଢ ଦାବି କରିଛନ୍ତି। ଏନ୍‌ଏମ୍‌ଏ ଏ ସମ୍ପର୍କରେ ସେବାୟତ, ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ସହ ବିଚାରବିମର୍ଶ କରି ତୁରନ୍ତ ବାଇ-ଲ’କୁ ଉଚ୍ଛେଦ କରିବାକୁ ମୁଖ୍ୟ ଶାସନ ସଚିବ କେନ୍ଦ୍ର ସଂସ୍କୃତି ସଚିବ ସିଂକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri