ପିଲା କମିଲେ, ଶିକ୍ଷକ ବଢ଼ିଲେ

ଯାଜପୁର ଅଫିସ,୧।୩: ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୫ ବର୍ଷ ମଧ୍ୟରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮ ଲକ୍ଷ ୭ ହଜାର କମିଛି। ଏଥିରୁ ସରକାରୀ ସ୍କୁଲ ପ୍ରତି ଆଗ୍ରହ କମିବା ଓ ଡ୍ରପ୍‌ଆଉଟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବୃଦ୍ଧି ମୁଖ୍ୟ କାରଣ ବୋଲି କୁହାଯାଇଛି। ଏହାସହ ଜଣେ ପିଲାଙ୍କ ନାମ ଏକାଧିକ ଥର ଦର୍ଶାଇ ଏମ୍‌ଡିଏମ୍‌ ଚାଉଳ ହଡ଼ପ ହେଉଥିବା ନେଇ ଯାଞ୍ଚ କଡ଼ାକଡ଼ି ହେବା ପରେ ସଂଖ୍ୟା ହ୍ରାସ ପାଉଥିବା ମତପ୍ରକାଶ ପାଇଛି। ଅନ୍ୟପକ୍ଷରେ ଉକ୍ତ ୫ ବର୍ଷରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେଉଁ କାରଣରୁ ଶିକ୍ଷକ ସଂଖ୍ୟାା ବୃଦ୍ଧି ଘଟିଛି, ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ସ୍କୁଲ ଓ ଗଣଶିକ୍ଷା ବିଭାଗରୁ ମିଳିଥିବା ତଥ୍ୟ ଅନୁସାରେ ୨୦୧୫-୧୬ରେ ୩୬,୭୬୦ ପ୍ରାଥମିକ ସ୍କୁଲରେ ୧୮,୯୪,୦୦୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ୨୦୧୯-୨୦୨୦ରେ ୩୩,୬୦୩ ପ୍ରାଥମିକ ସ୍କୁଲରେ ୧୪,୭୮,୦୦୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏହି ୫ ବର୍ଷ ମଧ୍ୟରେ ୪ ଲକ୍ଷ ୧୬ ହଜାର ଛାତ୍ରୀଛାତ୍ର ସଂଖ୍ୟା ହ୍ରାସ ପାଇଛି। ବିଦ୍ୟାଳୟ ମିଶ୍ରଣ ଯୋଜନାରେ ୩୧୫୭ ପ୍ରାଥମିକ ସ୍କୁଲ ବନ୍ଦ ହୋଇଥିବା ଜଣାପଡ଼ିଛି। ବନ୍ଦ ସ୍କୁଲଗୁଡ଼ିକରୁ ନିକଟସ୍ଥ ସ୍କୁଲକୁ ଛାତ୍ରୀଛାତ୍ର ନ ଯାଇ ଡ୍ରପ୍‌ଆଉଟ ହୋଇଥିବା ଏଥିରୁ ସନ୍ଦେହ କରାଯାଉଛି। ଗତ ୫ ବର୍ଷ ମଧ୍ୟରେ ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ସଂଖ୍ୟା ହ୍ରାସ ପାଉଛିି। ୨୦୧୫-୧୬ରେ ୧୮.୯୪ ଲକ୍ଷ, ୨୦୧୬-୧୭ରେ ୧୭.୮୯ ଲକ୍ଷ, ୨୦୧୭-୧୮ରେ ୧୬.୪୬ ଲକ୍ଷ, ୨୦୧୮-୧୯ରେ ୧୪.୭୭ ଲକ୍ଷ, ୨୦୧୯-୨୦ରେ ୧୪.୭୮ ଲକ୍ଷ ଛାତ୍ରୀଛାତ୍ର ଅଧ୍ୟୟନ କରିଛନ୍ତି। ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୫ ବର୍ଷରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୩.୯୧ ଲକ୍ଷ ହ୍ରାସ ପାଇଛି। ୨୦୧୫-୧୬ରେ ୨୨,୭୯୫ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩୧.୯୪ ଲକ୍ଷ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲାବେଳେ ୨୦୧୯-୨୦ରେ ଉକ୍ତ ସଂଖ୍ୟା ୨୮,୭୫,୦୦୦କୁ ହ୍ରାସ ପାଇଛି।
ଅନ୍ୟପକ୍ଷରେ ୨୦୧୫-୧୬ରେ ୧ ଲକ୍ଷ ୩୧ ହଜାର ୩୨୦ ଶିକ୍ଷକ ନିୟୋଜିତ ରହିଥିଲାବେଳେ ୨୦୧୯-୨୦ ବର୍ଷରେ ତାହା ବୃଦ୍ଧି ପାଇ ୧ ଲକ୍ଷ ୩୭ ହଜାର ୧୫୭ରେ ପହଞ୍ଚିଛି। ଅର୍ଥାତ୍‌ ଏହି ୫ ବର୍ଷରେ ୫,୮୩୭ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକ ସଂଖ୍ୟା ବୃଦ୍ଧି ଘଟିଛି।
ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନ ବ୍ୟବସ୍ଥା ନିମ୍ନଗାମୀ ହେଉଥିବାରୁ ଛାତ୍ରୀଛାତ୍ର ସଂଖ୍ୟା ହ୍ରାସ ପାଉଥିବା ମତପ୍ରକାଶ ପାଇଛି। ଏ ସଂକ୍ରାନ୍ତରେ ଯାଜପୁର ଜିଲା ଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ନାୟକଙ୍କୁ ପଚାରିବାରେ ସେ କହିଛନ୍ତି, ବିଭିନ୍ନ କାରଣରୁ ଛାତ୍ରୀଛାତ୍ର ସଂଖ୍ୟା ହ୍ରାସ ପାଉଛି। ତେବେ ଏଥିପାଇଁ ଶିକ୍ଷା ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇ ସରକାରୀ ସ୍କୁଲରେ ନାମଲେଖା ପ୍ରକ୍ରିୟାକୁ ସୁଦୃଢ଼ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri