ଓଡ଼ିଆ ଶିକ୍ଷକଙ୍କ ଭାଷା ବୁଝୁନାହାନ୍ତି ପିଲା

ମାଥିଲି,୧୯ା୧୧(ଡି.ଏନ.ଏ.)- ଏବେ ସୁଦ୍ଧା ଲୋକଙ୍କ ନିକଟରେ ପହଞ୍ଚତ୍ପାରିନି ମୌଳିକ ସୁବିଧା। ଶିକ୍ଷା ବ୍ୟବସ୍ଥାର ବିକଳ ରୂପ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକରେ। ବ୍ଲକର କମାରପାଲି ପଞ୍ଚାୟତ ଅନ୍ତର୍ଗତ ସୋଡ଼ିଗୁଡ଼ା ଗ୍ରାମରେ ପ୍ରାଥମିକ ବିଦ୍ୟାଳୟ ରହିଛି ସତ, ମାତ୍ର ଏଠାରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର ଶିକ୍ଷାଦାନ କରୁଥିବା ଶିକ୍ଷକଙ୍କ ଭାଷା ବୁଝିପାରୁନାହାନ୍ତି। ସମ୍ପୃକ୍ତ ଅଞ୍ଚଳରେ କୋୟା ସମ୍ପ୍ରଦାୟର ଜନଜାତି ବସବାସ କରୁଥିବା ବେଳେ ବିଦ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ଓଡ଼ିଆ ଶିକ୍ଷକ ରତ୍ନାକର ପାଳ। ଫଳରେ ଭାଷା ସମସ୍ୟାରେ ପଡ଼ିଛନ୍ତି ଛାତ୍ରୀଛାତ୍ର ଓ ଶିକ୍ଷକ ଜଣକ। ଛାତ୍ରୀଛାତ୍ରମାନେ ଶିକ୍ଷକ ପାଳଙ୍କ ଭାଷା ବୁଝିପାରୁନାହାନ୍ତି କି ଛାତ୍ରୀଛାତ୍ରଙ୍କ ଭାଷା ସେ ମଧ୍ୟ ବୁଝିପାରୁନାହାନ୍ତି। ଏପରି ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଭିତରକୁ ଠେଲିହୋଇଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାର ଆଦିବାସୀମାନଙ୍କ ଉନ୍ନତି ପାଇଁ ସବୁ ପ୍ରକାର ପଦକ୍ଷେପ ନେଉଥିବା କହୁଥିବା ବେଳେ କେଉଁ ଅଞ୍ଚଳରେ ଶିକ୍ଷାଦାନର କେଉଁ ସ୍ଥିତି ରହିଛି ତାହା ପରଖୁନାହାନ୍ତି, ଯାହା ସୋଡ଼ିଗୁଡ଼ା ପ୍ରାଥମିକ ବିଦ୍ୟାଳୟରୁ ପ୍ରମାଣିତ ହେଉଛି। ଅନ୍ୟପକ୍ଷରେ ବିଦ୍ୟାଳୟରେ ୩୨ଜଣ ଛାତ୍ରୀଛାତ୍ରଙ୍କ ପାଇଁ ନିୟୋଜିତ ଶିକ୍ଷକ ପାଳଙ୍କୁ ପାଠପଢ଼ା ସହ ବ୍ଲକ ପ୍ରଶାସନ ଦେଇଛି ଭୋଟର ତାଲିକା ସଂଶୋଧନ କାର୍ଯ୍ୟ। ସେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ଗଲେ ବିଦ୍ୟାଳୟ ବନ୍ଦ ରହୁୁଛି। ଖାଲି ଏପରି ଚିତ୍ର ଏହି ଗୋଟିଏ ବିଦ୍ୟାଳୟରେ ନୁହେଁ, ବ୍ଲକରେ ଅନେକ ବିଦ୍ୟାଳୟ ରହିଛି ଯେଉଁଠି ଭାଷାଭିତ୍ତିକ ଶିକ୍ଷକ ନାହାନ୍ତି। ଛତିଶଗଡ଼ ସୀମାନ୍ତରେ ଅବସ୍ଥିତ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଜଣେ କୋୟା ଭାଷାର ଶିକ୍ଷକ ନିଯୁକ୍ତି ଦେବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ପଚାରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ମଧ୍ୟ ମାଥିଲି ଦାୟିତ୍ୱରେ ଥିବା ଖଇରପୁଟ ବିଇଓ ଶଶିଭୂଷଣ ମିଶ୍ର ଅନୁପସ୍ଥିତ ଥିଲେ। ତାଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri