ଓଡ଼ିଆ ଶିକ୍ଷକଙ୍କ ଭାଷା ବୁଝୁନାହାନ୍ତି ପିଲା

ମାଥିଲି,୧୯ା୧୧(ଡି.ଏନ.ଏ.)- ଏବେ ସୁଦ୍ଧା ଲୋକଙ୍କ ନିକଟରେ ପହଞ୍ଚତ୍ପାରିନି ମୌଳିକ ସୁବିଧା। ଶିକ୍ଷା ବ୍ୟବସ୍ଥାର ବିକଳ ରୂପ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକରେ। ବ୍ଲକର କମାରପାଲି ପଞ୍ଚାୟତ ଅନ୍ତର୍ଗତ ସୋଡ଼ିଗୁଡ଼ା ଗ୍ରାମରେ ପ୍ରାଥମିକ ବିଦ୍ୟାଳୟ ରହିଛି ସତ, ମାତ୍ର ଏଠାରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର ଶିକ୍ଷାଦାନ କରୁଥିବା ଶିକ୍ଷକଙ୍କ ଭାଷା ବୁଝିପାରୁନାହାନ୍ତି। ସମ୍ପୃକ୍ତ ଅଞ୍ଚଳରେ କୋୟା ସମ୍ପ୍ରଦାୟର ଜନଜାତି ବସବାସ କରୁଥିବା ବେଳେ ବିଦ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ଓଡ଼ିଆ ଶିକ୍ଷକ ରତ୍ନାକର ପାଳ। ଫଳରେ ଭାଷା ସମସ୍ୟାରେ ପଡ଼ିଛନ୍ତି ଛାତ୍ରୀଛାତ୍ର ଓ ଶିକ୍ଷକ ଜଣକ। ଛାତ୍ରୀଛାତ୍ରମାନେ ଶିକ୍ଷକ ପାଳଙ୍କ ଭାଷା ବୁଝିପାରୁନାହାନ୍ତି କି ଛାତ୍ରୀଛାତ୍ରଙ୍କ ଭାଷା ସେ ମଧ୍ୟ ବୁଝିପାରୁନାହାନ୍ତି। ଏପରି ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଭିତରକୁ ଠେଲିହୋଇଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାର ଆଦିବାସୀମାନଙ୍କ ଉନ୍ନତି ପାଇଁ ସବୁ ପ୍ରକାର ପଦକ୍ଷେପ ନେଉଥିବା କହୁଥିବା ବେଳେ କେଉଁ ଅଞ୍ଚଳରେ ଶିକ୍ଷାଦାନର କେଉଁ ସ୍ଥିତି ରହିଛି ତାହା ପରଖୁନାହାନ୍ତି, ଯାହା ସୋଡ଼ିଗୁଡ଼ା ପ୍ରାଥମିକ ବିଦ୍ୟାଳୟରୁ ପ୍ରମାଣିତ ହେଉଛି। ଅନ୍ୟପକ୍ଷରେ ବିଦ୍ୟାଳୟରେ ୩୨ଜଣ ଛାତ୍ରୀଛାତ୍ରଙ୍କ ପାଇଁ ନିୟୋଜିତ ଶିକ୍ଷକ ପାଳଙ୍କୁ ପାଠପଢ଼ା ସହ ବ୍ଲକ ପ୍ରଶାସନ ଦେଇଛି ଭୋଟର ତାଲିକା ସଂଶୋଧନ କାର୍ଯ୍ୟ। ସେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ଗଲେ ବିଦ୍ୟାଳୟ ବନ୍ଦ ରହୁୁଛି। ଖାଲି ଏପରି ଚିତ୍ର ଏହି ଗୋଟିଏ ବିଦ୍ୟାଳୟରେ ନୁହେଁ, ବ୍ଲକରେ ଅନେକ ବିଦ୍ୟାଳୟ ରହିଛି ଯେଉଁଠି ଭାଷାଭିତ୍ତିକ ଶିକ୍ଷକ ନାହାନ୍ତି। ଛତିଶଗଡ଼ ସୀମାନ୍ତରେ ଅବସ୍ଥିତ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଜଣେ କୋୟା ଭାଷାର ଶିକ୍ଷକ ନିଯୁକ୍ତି ଦେବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ପଚାରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ମଧ୍ୟ ମାଥିଲି ଦାୟିତ୍ୱରେ ଥିବା ଖଇରପୁଟ ବିଇଓ ଶଶିଭୂଷଣ ମିଶ୍ର ଅନୁପସ୍ଥିତ ଥିଲେ। ତାଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri