ସ୍କୁଲ୍‌ରେ ପାଠପଢ଼ା ଛାଡ଼ି ଅଣ୍ଡା ଆଣୁଛନ୍ତି ପିଲା

ନାଉଗାଁ,୧୧ା୯(ସ୍ବ.ପ୍ର.): ବିଦ୍ୟାଳୟରେ ପିଲାମାନଙ୍କ ମାନସିକ, ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ପିଲାମାନେ କିପରି ଅଧାରୁ ପାଠ ବନ୍ଦ ନ କରନ୍ତି ସେଥିପ୍ରତି ଧ୍ୟାନ ଦିଆଯାଉଛି। ପାଠପଢ଼ା ସମୟରେ ବାଧା ନ ହେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଉଛି। ମାତ୍ର କେତୋଟି ବିଦ୍ୟାଳୟରେ ପିଲାଙ୍କୁ ପାଠପଢ଼ା ସମୟରେ ଅନ୍ୟାନ୍ୟ କାମରେ ନିୟୋଜିତ କରାଯାଉଛି। ଏହାର ଏକ ଉଦାହରଣ ନାଉଗାଁ ବ୍ଲକ ଅନ୍ତର୍ଗତ ଗଙ୍ଗଦାହାଟ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟଟି ଗଙ୍ଗଦାହାଟ ନିକଟରେ ଅବସ୍ଥିତ। ଏଠାରେ ପିଲାମାନେ ସ୍କୁଲ ସମୟରେ ପାଠ ନ ପଢ଼ି ମଧ୍ୟାହ୍ନ ଭୋଜନ ପାଇଁ ସାଇକେଲ୍‌ରେ ଅଣ୍ଡା ଆଣିବାକୁ ଯାଉଥିବା ଅଭିଯୋଗ ହୋଇଛି। କେବଳ ସେତିକି ନୁହେଁ, ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି କାର୍ଯ୍ୟରେ ନିୟୋଜିତ କରାଯାଉଥିବା ନେଇ ଅଭିଯୋଗ ହୋଇଛି।

ମଧ୍ୟାହ୍ନ ଭୋଜନ ଦାୟିତ୍ୱ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ହୋଇଥିବାବେଳେ ପିଲାଙ୍କୁ କାହିଁକି ଏଥିରେ ନିୟୋଜିତ କରାଯାଉଛି ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍କୁଲ ସମୟରେ ପିଲାଙ୍କୁ ବିନା କାରଣରେ ବାହାରକୁ ନ ଛାଡ଼ିବା ପାଇଁ କିଛିଦିନ ପୂର୍ବେ ଶିକ୍ଷା କମିଟିର ସଦସ୍ୟ ଓ ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀ ଖୁଲଣା ଦାସଙ୍କୁ ଜଣାଇଥିଲେ ମଧ୍ୟ ଏନେଇ ପଦକ୍ଷେପ ନିଆଯାଇ ନ ଥିବା କୁହାଯାଉଛି। ଏ ନେଇ ପ୍ରଧାନ ଶିକ୍ଷୟିତ୍ରୀ ଦାସଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ମୋବାଇଲ ଫୋନ୍‌ ଉଠାଇ ନ ଥିଲେ। ଏ ବିଷୟରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅକ୍ଷୟ ବେହେରା କହିଛନ୍ତି, ଏ ନେଇ ପ୍ରଧାନ ଶିକ୍ଷୟିତ୍ରୀ ଓ କ୍ଲଷ୍ଟର ସିଆର୍‌ସିସିଙ୍କ ସହ କଥା ହେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri