ସ୍କୁଲ୍‌ରେ ପାଠପଢ଼ା ଛାଡ଼ି ଅଣ୍ଡା ଆଣୁଛନ୍ତି ପିଲା

ନାଉଗାଁ,୧୧ା୯(ସ୍ବ.ପ୍ର.): ବିଦ୍ୟାଳୟରେ ପିଲାମାନଙ୍କ ମାନସିକ, ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ପିଲାମାନେ କିପରି ଅଧାରୁ ପାଠ ବନ୍ଦ ନ କରନ୍ତି ସେଥିପ୍ରତି ଧ୍ୟାନ ଦିଆଯାଉଛି। ପାଠପଢ଼ା ସମୟରେ ବାଧା ନ ହେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଉଛି। ମାତ୍ର କେତୋଟି ବିଦ୍ୟାଳୟରେ ପିଲାଙ୍କୁ ପାଠପଢ଼ା ସମୟରେ ଅନ୍ୟାନ୍ୟ କାମରେ ନିୟୋଜିତ କରାଯାଉଛି। ଏହାର ଏକ ଉଦାହରଣ ନାଉଗାଁ ବ୍ଲକ ଅନ୍ତର୍ଗତ ଗଙ୍ଗଦାହାଟ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟଟି ଗଙ୍ଗଦାହାଟ ନିକଟରେ ଅବସ୍ଥିତ। ଏଠାରେ ପିଲାମାନେ ସ୍କୁଲ ସମୟରେ ପାଠ ନ ପଢ଼ି ମଧ୍ୟାହ୍ନ ଭୋଜନ ପାଇଁ ସାଇକେଲ୍‌ରେ ଅଣ୍ଡା ଆଣିବାକୁ ଯାଉଥିବା ଅଭିଯୋଗ ହୋଇଛି। କେବଳ ସେତିକି ନୁହେଁ, ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି କାର୍ଯ୍ୟରେ ନିୟୋଜିତ କରାଯାଉଥିବା ନେଇ ଅଭିଯୋଗ ହୋଇଛି।

ମଧ୍ୟାହ୍ନ ଭୋଜନ ଦାୟିତ୍ୱ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ହୋଇଥିବାବେଳେ ପିଲାଙ୍କୁ କାହିଁକି ଏଥିରେ ନିୟୋଜିତ କରାଯାଉଛି ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍କୁଲ ସମୟରେ ପିଲାଙ୍କୁ ବିନା କାରଣରେ ବାହାରକୁ ନ ଛାଡ଼ିବା ପାଇଁ କିଛିଦିନ ପୂର୍ବେ ଶିକ୍ଷା କମିଟିର ସଦସ୍ୟ ଓ ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀ ଖୁଲଣା ଦାସଙ୍କୁ ଜଣାଇଥିଲେ ମଧ୍ୟ ଏନେଇ ପଦକ୍ଷେପ ନିଆଯାଇ ନ ଥିବା କୁହାଯାଉଛି। ଏ ନେଇ ପ୍ରଧାନ ଶିକ୍ଷୟିତ୍ରୀ ଦାସଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ମୋବାଇଲ ଫୋନ୍‌ ଉଠାଇ ନ ଥିଲେ। ଏ ବିଷୟରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅକ୍ଷୟ ବେହେରା କହିଛନ୍ତି, ଏ ନେଇ ପ୍ରଧାନ ଶିକ୍ଷୟିତ୍ରୀ ଓ କ୍ଲଷ୍ଟର ସିଆର୍‌ସିସିଙ୍କ ସହ କଥା ହେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri