ଖୁଆଇଦେଲେ ଅବୈଧ ଔଷଧ, ମୃତ୍ୟୁସହ ଲଢ଼ୁଛି ଶିଶୁ

ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ବେପରୁଆ ମନୋଭାବ ଯୋଗୁ ମୃତ୍ୟୁ ସହ ଲଢୁଛି ୧୧ ମାସର ଶିଶୁ। ପ୍ରାୟ ବର୍ଷେ ତଳର ଅବୈଧ ଔଷଧ ଖୁଆଇ ଦେବାରୁ ଶିଶୁପୁତ୍ରର ଅବସ୍ଥା ସଙ୍କଟାପନ୍ନ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ପାରଳା ସହର ଉପକଣ୍ଠସ୍ଥ ଯାଜପୁର ଗ୍ରାମରେ। ଯାଜପୁର ଗ୍ରାମର ଆଶା କର୍ମୀ (୪୫) ଅଙ୍ଗନଓ୍ବାଡି କର୍ମୀ ସୁମିତା ସ୍ବାଇଁଙ୍କ ୧୧ ମାସର ଶିଶୁପୁତ୍ରଙ୍କୁ ଗତ ଏପ୍ରିଲ ୭ ତାରିଖରେ ଭିଟାମିନ୍‌ ଔଷଧ ଖୁଆଇଥିଲେ। ଏହାପରେ ଶିଶୁପୁତ୍ରକୁ ସୁମିତା ଘରକୁ ନେଇଯାଇଥିଲେ। ଘରେ ପହଞ୍ଚିବା ପରେ ଶିଶୁକୁ ଝାଡ଼ାବାନ୍ତି ହୋଇଥିଲା। ଏ ନେଇ ସୁମିତା ଆଶାକର୍ମୀଙ୍କୁ ଜଣାଇଥିଲେ। ଏହି ସମୟରେ ଔଷଧ ବାକ୍ସଟିକୁ ନେଇ ଆଶାକର୍ମୀ ପୋଡ଼ିଦେଇଥିଲେ । ଏଥିରୁ କିଛି ବୋତଲକୁ ଦେଖିବା ବେଳେ ସେଥିରେ ବୈଧ ତାରିଖ ପ୍ରାୟ ୧ବର୍ଷ ୪ମାସ ହେଲା ସମ୍ପୂର୍ଣ୍ଣ ହୋଇଯାଇଥିବା ଜଣାପଡ଼ିଥିଲା। ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ଦାୟିତ୍ୱହୀନତା ଯୋଗୁ ଶିଶୁର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବାରୁ ପ୍ରଥମେ ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଆନ୍ଧ୍ର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ପରିବାର ଲୋକେ ବୁଧବାର ଭୁବନେଶ୍ୱର ମେଡିକାଲ ନେଇଥିଲେ। ସେଠାରୁ ଗୁରୁବାର କଟକ ଶିଶୁ ଭବନରେ ଭର୍ତ୍ତି କରିଥିଲେ। ବର୍ତ୍ତମାନ ଶିଶୁର ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଉଭୟ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଧବାର ସ୍ଥାନୀୟ ଥାନାରେ ପରିବାର ଲୋକେ ଏତଲା ଦେଇଥିଲେ। ପୋଲିସ ନଂ. ୧୩୩/୨୩ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri