କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା

କୋରୁକୋଣ୍ଡା,୯।୧(ଡି.ଏନ୍‌.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୀଳାକାମ୍ବେରୁ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। କରୋନା କଟକଣାକୁ ମାନି ରାଜ୍ୟ ସରକାର ବିଦ୍ୟାଳୟ ଖୋଲିବାକୁ ନିର୍ଦ୍ଦେଶ ଦେଇଥିବା ସହ ଯେଉଁ ସ୍କୁଲଗୁଡ଼ିକ କରୋନା ମହାମାରୀ ସମୟରେ କ୍ୱାରାଣ୍ଟାଇନ ସେଣ୍ଟର ହୋଇଥିଲା ସେସବୁ ଶ୍ରେଣୀ ଗୃହଗୁଡ଼ିକୁ ବିଦ୍ୟାଳୟକୁ ହସ୍ତାନ୍ତର କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଥିଲା। ମାଲକାନଗିରି ଜିଲାପାଳ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚିଠି ନଂ ୨୪୫୧/୨୦ ରେ ୧୮/୦୯/୨୦ ଅନୁଯାୟୀ ଜିଲାର ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଆଜକୁ ଦୀର୍ଘ ୩ ମାସର ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ ଏଯାଏ ଶ୍ରେଣୀ ଗୃହ ପ୍ରଧାନଶିକ୍ଷକଙ୍କୁ ହସ୍ତାନ୍ତର କରାଗଲାନାହିଁ। ଏହାସହ ରୁମଗୁଡ଼ିକ ସାନିଟାଇଜ୍‌ ମଧ୍ୟ ହୋଇପାରିଲା ନାହିଁ। ଏନେଇ ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ପରିଡ଼ାଙ୍କୁ ପଚାରିବାରୁ ସେ ୧୭.୦୯.୨୦ରେ ସ୍ଥାନୀୟ ସରପଞ୍ଚ, କୋରୁକୋଣ୍ଡା ବିଡିଓ ଏବଂ ୧୮.୧୧.୨୦ରେ କୋରୁକୋଣ୍ଡା ବିଡିଓ ଏବଂ ମାଲକାନଗିରି ଜିଲାପାଳଙ୍କୁ ଚିଠି ଲେଖି ଜଣାଇଥିଲେ ବି ଏଯାଏ କୌଣସି ସୁଫଳ ମିଳି ନ ଥିବା କହିଥିଲେ। ଯାହାଫଳରେ ଛାତ୍ରୀଛାତ୍ର ବାଧ୍ୟହୋଇ ଖୋଲା ଆକାଶ ତଳେ ପାଠ ପଢୁଥିବା ଦେଖିବାକୁ ମିଳିଥିଲା। ଏନେଇ କୋରୁକୋଣ୍ଡା ବିଡିଓ ଅଂଶୁମାନ ମହାପାତ୍ରଙ୍କୁ ପଚରାଯିବାରୁ ସେ ଆଜି ବିଦ୍ୟାଳୟ ଛୁଟି ଥିବା କହିଥିଲେ। ଏହାସହ ସୋମବାର ସୁଦ୍ଧା ଶ୍ରେଣୀ ଗୃହ ଖୋଲିବା ନିମନ୍ତେ ପଞ୍ଚାୟତକୁ ନିର୍ଦ୍ଦେଶ ଦେବେ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri