କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା

ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ଯେ, ୬୦ ପ୍ରତିଶତ ଅଭିଭାବକ କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲକୁ ପିଲାଙ୍କୁ ପଠାଇବା ପାଇଁ ରାଜି ଅଛନ୍ତି। ୭୧ ପ୍ରତିଶତ କରୋନା ସଂକ୍ରମଣ ନିୟନ୍ତ୍ରଣ ହେବା ପରେ ସ୍କୁଲ୍‌,କଲେଜ, ବିଶ୍ୱବିଦ୍ୟାଳୟ ଆଦି ଖୋଲିବା ଆବଶ୍ୟକ ବୋଲି ମତ ଦେଇଛନ୍ତି। ସେହିପରି ୫୬ ପ୍ରତିଶତ ଅଭିଭାବକ ସ୍କୁଲ ଖୋଲିଲେ ପିଲାଙ୍କୁ ଛାଡ଼ିବା ଆଣିବା କାର୍ଯ୍ୟ କରିବାକୁ ମତ ଦେଇଛନ୍ତି। ଅପରପକ୍ଷରେ ୫୩ ପ୍ରତିଶତ ସ୍କୁଲ ନ ଖୋଲିବାକୁ ମତ ଦେଇଛନ୍ତି। ଅନ୍‌ଲାଇନ୍‌ କ୍ଲାସ୍‌କୁ ସେମାନେ ପସନ୍ଦ କରିଛନ୍ତି। ୪୫ ପ୍ରତିଶତ ଅଭିଭାବକ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ସମର୍ଥନ କରିଛନ୍ତି। ତେବେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ସେମାନେ ସମର୍ଥନ କରିଛନ୍ତି। ୫୬ ପ୍ରତିଶତ ସ୍କୁଲରେ ଖେଳକୁଦ ଏବଂ ଯୋଗ ସମୟରେ ସାମାଜିକ ଦୂରତା ଅବଲମ୍ବ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏନେଇ ଗଣମାଧ୍ୟମ ସଂସ୍ଥା ଦୈନିକ ଭାସ୍କର ପକ୍ଷରୁ ଜୁନ୍‌ ୨୧ରୁ ଜୁନ୍‌ ୨୮ ମଧ୍ୟରେ ଦେଶବ୍ୟାପୀ ସର୍ଭେ କରାଯାଇଥିଲା। ଏଥିରେ ୫୫ ହଜାରରୁ ଅଧିକ ପୁରୁଷ ଏବଂ ୧୭ ହଜାରରୁ ଅଧିକ ମହିଳାଙ୍କୁ ସାମିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri