ଛାତ୍ରୀଛାତ୍ର ଆସୁଛନ୍ତି, ଶିକ୍ଷକଙ୍କ ଦେଖାନାହିଁ

ବରୀ,୨୫ା୮(ଡି.ଏନ.ଏ.): ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧୀନରେ ଥିବା ବରୀ ପଞ୍ଚାୟତର ଜଲ୍ଲାଲଉଦ୍ଦିନ ଉର୍ଦ୍ଦୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରିବାକୁ ଆସୁଛନ୍ତି। ମାତ୍ର ଶିକ୍ଷୟିତ୍ରୀଶିକ୍ଷକ ଆସୁନାହାନ୍ତି। ଫଳରେ ପିଲାଙ୍କ ପାଠ ପଢାରେ ବ୍ୟାଘତ ସୃଷ୍ଟି ହେଉଛି। ପିଲାମାନେ ନିରାଶ ହୋଇ ଘରକୁ ଫେରି ଯାଉଛନ୍ତି ବୋଲି ସରପଞ୍ଚ ସୋନାଲି ସିଂ ଅଭିଯୋଗ କରିଛନ୍ତି।

ଉକ୍ତ ବିଦ୍ୟାଳୟରେ ୬ ଜଣ ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏହା ଊର୍ଦ୍ଦୁ ବିଦ୍ୟାଳୟ ହୋଇଥିବାରୁ ପ୍ରତ୍ୟେକ ଶୁକ୍ରବାର ବନ୍ଦ ରହିବାର ନିୟମ ରହିଛି। ବରୀ ଶିକ୍ଷା ମଣ୍ଡଳ ଅଧୀନସ୍ଥ ଅନ୍ୟ ବିଦ୍ୟାଳୟ ସହ ଶିକ୍ଷାମଣ୍ଡଳ କାର୍ଯ୍ୟାଳୟ ରବିବାର ବନ୍ଦ ରହିଥାଏ। ମାତ୍ର ଉକ୍ତ ବିଦ୍ୟାଳୟଟି ରବିବାର ଖୋଲା ରହିବାର ସରକାରୀ ନିୟମ ରହିଛି। ଏହି ଶିକ୍ଷାମଣ୍ଡଳର ଅଧିକାରୀମାନେ ସରକାରୀ ଛୁଟି ଦିବସ ଥିବାରୁ ଅନୁପସ୍ଥିତ ରହୁଥିବାରୁ ଏହାର ସୁଯୋଗ ନେଇ ଉକ୍ତ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ ଅନୁପସ୍ଥିତ ରହୁଛନ୍ତି।

ସୂଚନା ମୁତାବକ, ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ପ୍ରସୂତିକାଳୀନ ଛୁଟିରେ ଥିବା ବେଳେ ଅନ୍ୟ ୫ଜଣ ଶିକ୍ଷୟିତ୍ରୀଶିକ୍ଷକ ଅନୁପସ୍ଥିତ ରହିବା ଛାତ୍ରୀଛାତ୍ର ଓ ଅଭିଭାବକ ସହଜେ ଗ୍ରହଣ କରିପାରୁନାହାନ୍ତି। ବରୀ ଶିକ୍ଷା ମଣ୍ଡଳ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଏହି ବିଦ୍ୟାଳୟର ଦୂରତା ୫ ଶହ ମିଟର। ହେଲେ ଶିକ୍ଷା ଅଧିକାରୀ ଏଥିପ୍ରତି ଦୃଷ୍ଟି ନ ଦେବା ପରିତାପର ବିଷୟ ବୋଲି ଅଭିଭାବକ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ଦାୟିତ୍ୱରେ ଥିବା ସିଆର୍‌ସିସି ପ୍ରସନ୍ନ ଷଡ଼ଙ୍ଗୀଙ୍କୁ ପଚାରିବାରେ, ସରପଞ୍ଚ ସିଂ ଫୋନ୍‌ ଯୋଗେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳକୁ ଯାଇ ଅଭିଯୋଗ ମୁତାବକ ସତ୍ୟତା ଅନୁଭବ କରିଛି। ଅନୁପସ୍ଥିତ ଥିବା ଶିକ୍ଷୟିତ୍ରୀଶିକ୍ଷକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?