ପିଲାଙ୍କୁ ବହି ମିଳୁନି, ଉଇ ଖାଇ ନଷ୍ଟ ହେଉଛି

ଲୋଇସିଂହା,୧୩।୨(ଡି.ଏନ.ଏ.): ସରକାର ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ମାଗଣାରେ ବହି ଯୋଗାଇବାର ବ୍ୟବସ୍ଥା କରିଛନ୍ତି। ହେଲେ ଦାୟିତ୍ୱରେ ଥିବା ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ବହିର ସୁଷମ ବଣ୍ଟନ ନ ହୋଇ ସ୍କୁଲରେ ପଡି ନଷ୍ଟ ହେଉଛି। ଶୁକ୍ରବାର ଲୋଇସିଂହା ବ୍ଲକ କଲୋନୀ ସ୍କୁଲରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଏହି ସ୍କୁଲକୁ ଆସିଥିବା ବହୁସଂଖ୍ୟକ ବହି ଛାତ୍ରୀଛାତ୍ରଙ୍କୁ ବଣ୍ଟନ ନ କରି ରଖାଯିବା ଫଳରେ ତାହାକୁ ଉଈ ଖାଇ ନଷ୍ଟ କରି ଦେଇଥିବା ନଜରକୁ ଆସିଛି।
ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା ପାଇଁ ସରକାରୀ ସ୍କୁଲରେ ବହୁ ବିଧ ଯୋଜନା କାର୍ଯ୍ୟକାରୀ ହେଉଛି। ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ମାଗଣା ପୋଷାକ, ଜୋତା ଓ ବହି ଯୋଗାଇ ଦିଆଯାଉଛି। ପ୍ରତି ଶିକ୍ଷାବର୍ଷରେ ସ୍କୁଲକୁ ବହି ଯୋଗାଣ ହେଉଛି। ସିଆରସିସିଙ୍କ ଜରିଆରେ ବହି ବଣ୍ଟନ କରାଯାଇଥାଏ। ହେଲେ ଅନେକ ସମୟରେ ପାଠ୍ୟ ପୁସ୍ତକକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ହଟହଟା ହୋଇଥାନ୍ତି। ଅଭିଭାବକମାନେ ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଚାରିଲେ ଅଧା ବହି ଆସଛି ବୋଲି ଅନେକ ସମୟରେ ଉତ୍ତର ଶୁଣିବାକୁ ମିଳିଥାଏ। ଲୋଇସିଂହା ବ୍ଲକ ପରିସରରେ ରହିଛି ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଓ ବ୍ଲକ କଲୋନୀ ସ୍କୁଲ। ଏଠି ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ବ୍ୟବସ୍ଥା ରହିଛି। ତେବେ ସ୍କୁଲର ଛାତ୍ରୀଛାତ୍ରଙ୍କ ପାଇଁ ଆସିଥିବା ବହୁ ବହି ଗଚ୍ଛିତ କରି ରଖାଯାଇଥିଲା। ଯାହାକୁ ଉଇ ଖାଇ ନଷ୍ଟ କରି ଦେଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ବିନୋଦିନୀ ଦୀପ କହିଛନ୍ତି, ଏହା ଆମ ସ୍କୁଲ ପାଇଁ ଆସିଥିବା ବହି ନୁହେଁ। ଲୋଇସିଂହା କ୍ଲଷ୍ଟର ଘର ଭଲ ନ ଥିବାରୁ ଏଠାରେ କିଛି ବହି ରଖାଯାଇଥିଲା। ଲକ୍‌ ଡାଉନ ଯୋଗୁ ସ୍କୁଲ ବନ୍ଦ ଥିବା ବେଳେ ତାହା ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?