ସ୍କୁଲ ସାରଙ୍କ କୋଚିଂ ସେଣ୍ଟରର ଛୁଆଙ୍କୁ ଦିଆଯାଇଛି ଅଧିକ ମାର୍କ

ଆସିକା/ବୁଗୁଡ଼ା,୨୯।୬: ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ କୋଚିଂ ସେଣ୍ଟରରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଅଧିକ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଜାଣିଶୁଣି ଦିଆଯାଇଛି କମ୍‌ ମାର୍କ। ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଟ୍ୟୁଶନ କରୁଥିବାରୁ ପୂର୍ବରୁ ଅଭିଭାବକମାନେ ୨ଥର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିଶୋଧ ପରାୟଣ ହୋଇ ଶିକ୍ଷକ ଜଣକ କମ୍‌ ମାର୍କ ଦେଇଛନ୍ତି। ଏଭଳି ଅଭିଯୋଗ ଆଣିବା ସହ ବୁଗୁଡ଼ା ବ୍ଲକ ଗୋଲିଆ ହାଇସ୍କୁଲରେ ତାଲା ପକାଇ ଦେଇଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ।

କରୋନା ଯୋଗୁ ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ମାଟ୍ରିକ ଫଳକୁ ନେଇ ଛାତ୍ରୀଛାତ୍ରୀ ଓ ଅଭିଭାବକଙ୍କ ଅସନ୍ତୋଷ ଥମୁନି। ବୁଗୁଡା ସ୍କୁଲ ଭଳି  ଆସିକା ବିଦ୍ୟାଳୟରେ ଶିକ୍ଷକ ଓ କର୍ମଚାରୀଙ୍କୁ ତାଲା ପକାଯାଇଥିଲା। ଖବରପାଇ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଓ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାଗୀରଥି ପାତ୍ର ବିଦ୍ୟାଳୟରେ ପହଞ୍ଚିଥିଲେ। ପରେ ପୋଲିସ ମଧ୍ୟ ପହଞ୍ଚିଥିଲା। ଜୟପୁର ସରପଞ୍ଚ ସଞ୍ଜୟ ଜେନା, ସମିତିସଭ୍ୟ ପ୍ରତିନିଧି ସିଦ୍ଧାର୍ଥ ଶଙ୍କର ସାମଲଙ୍କ ସମେତ ଅଭିଭାବକମାନଙ୍କ ଆଲୋଚନା କରାଯାଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ପୁନଃ ମୂଲ୍ୟାୟନ ନିମନ୍ତେ ପଦକ୍ଷେପ ନେବା ଓ ବିଦ୍ୟାଳୟ ସମସ୍ୟା ଦୂର କରିବା ଲାଗି ପ୍ରତଶ୍ରୁତି ପରେ ପରିସ୍ଥିତି ଶାନ୍ତ ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?