ଖାଲରେ ପଡ଼ି ଶିଶୁପୁତ୍ରର ଜୀବନ ଗଲା

ବଡ଼ବିଲ,୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦା ଅଞ୍ଚଳରେ ୩ ବର୍ଷର ଶିଶୁପୁତ୍ର  ପାଣି ଭର୍ତ୍ତି ଏକ ଖାଲରେ ପଡ଼ି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ନେଇ ବଡ଼ବିଲ  ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନାନୁଯାୟୀ, ନାଲଦାରେ ରାଜକୁମାର ରବାନି ନାମକ ପରିବାର ରୁହନ୍ତି। ରାଜକୁମାର ଘରେ ନ ଥିବାବେଳେ ତାଙ୍କ ସ୍ତ୍ରୀ ଚନ୍ଦା ଦେବୀ ୩ ବର୍ଷର ଶିଶୁପୁତ୍ରକୁ ଶନିବାର ବାଡ଼ିପଟ ଅଗଣା କଡ଼କୁ ଶୌଚ କରାଇବାକୁ ବସାଇ ଦେଇ ଘର ଭିତରକୁ ଯାଇଥିଲେ। ଶିଶୁପତ୍ର ଶୌଚ ହେବାକୁ ବସିଥିବା ସ୍ଥାନ ପଛପାଖରେ ଆବର୍ଜନା ପାଣିର ଖାଲ ରହିଥିଲା। କିଛି ସମୟ ପରେ ଚନ୍ଦାଦେବୀ ଶିଶୁପୁତ୍ରଟି ସେହି ସ୍ଥାନରେ ନ ଥିବା ଦେଖି ଖୋଜିବା ଆରମ୍ଭ କରିଥିଲେ ହେଁ କିଛି ଖୋଜ ଖବର ମିଳି ନ ଥିଲା। ଦୀର୍ଘ ଘଣ୍ଟା ପରେ ଶିଶୁଟି ପିନ୍ଧିଥିବା ଚପଲ ଉକ୍ତ ଖାଲରେ ଥିବା ଆବର୍ଜନା ପାଣିରେ ଭାସିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଖାଲ ଭିତରକୁ ପଶି ଖୋଜାଖୋଜି କରିବାରୁ ଶିଶୁଟି ମୃତ ଅବସ୍ଥାରେ ଉଦ୍ଧାର ହୋଇଥିଲା। ଏ ନେଇ ବଡ଼ବିଲ ଥାନାରେ ୨/୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।

ରାଜକୁମାରଙ୍କ କହିବା ଅନୁଯାୟୀ, ତାଙ୍କ ଘର ନିକଟରେ ରହୁଥିବା  ବ୍ୟକ୍ତି ସେହି ଖାଲ ଖୋଳି ଖୋଲା ରଖିବା ସହ ଘରର ଆବର୍ଜନା ପାଣି ଛାଡୁଛନ୍ତି। ଖାଲରେ ବହୁ ପରିମାଣର ପାଣି ଜମି ରହିଥିଲା। କୌଣସି କାରଣରୁ ଶିଶୁଟି ଖାଲ ଭିତରକୁ ପଡ଼ିଯାଇଥିବାବେଳେ ପାଣିରେ ବୁଡ଼ି ମୃତ୍ୟୁ ହୋଇଥିବା ରାଜକୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri