ଜାମିନ ପାଇଁ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ଚିଲିକା ବିଧାୟକ

କଟକ ଅଫିସ,୧୩।୧୦:ବାଲୁଗଁ। ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ମାଡ଼ମାରିବା ଘଟଣାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନ ପାଇଁ ମଙ୍ଗଳବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗିରଫଦାରିକୁ ଏଡ଼ାଇବା ପାଇଁ ପୂର୍ବରୁ ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ହେଲେ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ସହ ତାଙ୍କୁ ନିମ୍ନ ଅଦାଲତରେ ହାଜର ହୋଇ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗତ ଶୁକ୍ରବାର ଜଗଦ୍ଦେବ ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଆତ୍ମସମର୍ପଣ କରି ଜାମିନ ଆବେଦନ କରିଥିଲେ। ହେଲେ ଅଦାଲତ ଉକ୍ତ ଆବେଦନକୁ ଖାରଜ କରିବାରୁ ତାଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଥିଲା। ଜେଲ ହାଜତକୁ ଯିବାର କିଛି ସମୟ ପରେ ବିଧାୟକ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ଏବେ ସେ ଚିକିତ୍ସାଧୀନ ଅଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କୁ ଜାମିନ ପ୍ରଦାନ କରିବାକୁ ସେ ହାଇକୋର୍ଟରେ ଆବେଦନ କରିଛନ୍ତି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୮ତାରିଖରେ ବାଲୁଗଁ। ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ରହିଥିଲା। ଏଥିରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମୁଖ୍ୟ ଅତିଥିଭାବେ ଯୋଗ ଦେବାର ଥିଲା। ହେଲେ କାର୍ଯ୍ୟକ୍ରମ ଆରମ୍ଭ ହେବାରେ ବିଳମ୍ବ ଘଟିବାରୁ ମଣ୍ଡଳ ଭାଜପା ସଭାପତି ନିରଞ୍ଜନ ବାଲୁଗଁ। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଶ୍ନ କରିଥିଲେ। ଏହି ସମୟରେ ବିଧାୟକ ସେଠାରେ ପହଞ୍ଚତ୍ ନିରଞ୍ଜନଙ୍କୁ ଜାତିଆଣ ଆକ୍ଷେପ କରି ଗାଳିଗୁଲଜ ସହ ମାଡ଼ ମାରିଥିଲେ। ବିଧାୟକଙ୍କ ଏଭଳି ଆକ୍ରମଣ ପ୍ରତିବାଦରେ ବାଲୁଗାଁ ଥାନା ସାମ୍ନାରେ ଶତାଧିକ ଭାଜପା କର୍ମୀ ଧାରଣା ଦେଇଥିଲେ। ନିରଞ୍ଜନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବିଧାୟକ ପ୍ରଶାନ୍ତଙ୍କ ବିରୋଧରେ ଏସ୍‌ସିଏସ୍‌ଟି ଆକ୍ଟ୍ରୋସିଟି ଆକ୍ଟରେ ଏକ ମାମଲା ରୁଜୁ କରିଥିଲା। ଏହି ଘଟଣା ପରେ ପ୍ରଶାନ୍ତଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri