Posted inଜାତୀୟ

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ପାଣ୍ଠି ଯୋଗାଉଛି ଚାଇନା ଦୂତାବାସ: ଭାଜପା

ନୂଆଦିଲ୍ଲୀ,୨୬ା୬:ରାଜୀବ ଗାନ୍ଧୀ ଫାଉଣ୍ଡେଶନ (ଆର୍‌ଜିଏଫ୍‌)କୁ ଚାଇନା ଦୂତାବାସ ପାଣ୍ଠି ଯୋଗାଉଛି ବୋଲି ଗୁରୁବାର ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇଛି। ଭାଜପାର ସୋସିଆଲ ମିଡିଆ ଟିମ୍‌ ଉକ୍ତ ଦାବି ସପକ୍ଷରେ ଦସ୍ତାବିଜ ମଧ୍ୟ ଦେଖାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆର୍‌ଜିଏଫ୍‌ ଚେୟାରପର୍ସନ ଥିବାବେଳେ ଏହାର ବୋର୍ଡରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ରାହୁଲ ଗାନ୍ଧୀ, ପି. ଚିଦାମ୍ବରମ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଭଳି ନେତାମାନେ ଅଛନ୍ତି। ଭାଜପା ସୋସିଆଲ ମିଡିଆ ମୁଖ୍ୟ ଅମିତ୍‌ ମାଲବ୍ୟ ଏନେଇ ଏକ ଦସ୍ତାବିଜ ଶେୟାର କରିଛନ୍ତି। ଆର୍‌ଜିଏଫ୍‌ର ବାର୍ଷିକ ରିପୋର୍ଟ ୨୦୦୫-୦୬ରେ ଦର୍ଶାଯାଇଛି ଯେ, ଉକ୍ତ ସଂସ୍ଥା ଚାଇନା ଏମ୍ବାସିଠାରୁ ଏକ ଦାନ ଗ୍ରହଣ କରିଥିଲା, ଯାହାକି ଆର୍‌ଜିଏଫ୍‌ର ସାଧାରଣ ଦାତାଙ୍କ ତାଲିକାରେ ଉଲ୍ଲେଖ କରାଯାଇଛି। ପାଣ୍ଠି ଗ୍ରହଣ କରିବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଭାରତ-ଚାଇନା ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫ୍‌ଟିଏ) ଆବଶ୍ୟକ ବୋଲି ଆର୍‌ଜିଏଫ୍‌ ପକ୍ଷରୁ କେତେକ ଅଧ୍ୟୟନ କରାଯାଇଥିଲା। ଉକ୍ତ ଅଧ୍ୟୟନଗୁଡ଼ିକର ପରିଣାମ ମଧ୍ୟ ଚକିତ କରିଦେବା ଭଳି। ସେମାନେ ପ୍ରତ୍ୟକ୍ଷ ଭାବେ ଚାଇନାକୁ ସମର୍ଥନ କରିଥିଲେ। ଚାଇନା ଅପେକ୍ଷା ଭାରତକୁ ଏଫ୍‌ଟିଏ ଅଧିକ ଆବଶ୍ୟକ ଥିବା ନେଇ ଯୁକ୍ତି ବାଢ଼ିଥିଲେ ବୋଲି ଭାଜପା ସମାଲୋଚନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

କ’ଣ ଗୋଟିଏ ପୁଅ ନାଁରେ ସବୁ ସମ୍ପତ୍ତି କରିପାରିବେ ବାପା? ଜାଣନ୍ତୁ କ’ଣ ରହିଛି ନିୟମ

ପରିବାରରେ ସମ୍ପତ୍ତି ବିବାଦ କିଛି ନୂଆ ନୁହେଁ। ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, ପ୍ରାୟତଃ ଏହି ପ୍ରଶ୍ନ ଉଠେ: ଜଣେ ପିତା କ’ଣ ତାଙ୍କର ସମସ୍ତ ଜମି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ…

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

୯ବର୍ଷ ମଧ୍ୟରେ ଦ୍ୱିତୀୟ ଥର ଇସ୍ରାଏଲରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ ନେତାନ୍ୟାହୁଙ୍କୁ ଆଲିଙ୍ଗନ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ତାଙ୍କ ବିମାନ ତେଲ ଅଭିଭର ବେନ୍ ଗୁରିଅନ୍ ବିମାନବନ୍ଦରରେ ଅବତରଣ କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri