Posted inଜାତୀୟ

ଚିଟ୍‌ଫଣ୍ଡ ଶୁଣାଣି ମାର୍ଚ୍ଚ ୧୩କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୨୧।୨:ବହୁକୋଟି ଟଙ୍କା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ ସହ ଠକାମିର ଶିକାର ହୋଇଥିବା ଓଡ଼ିଶାର ହଜାର ହଜାର ଜମାକାରୀଙ୍କୁ ସେମାନଙ୍କ ଜମା ଅର୍ଥ ଫେରାଇଦେବା ଦାବିରେ ଦାଏର ପିଟିଶନର ଶୁଣାଣିକୁ ସୁପ୍ରିମକୋର୍ଟ ସୋମବାର ଘୁଞ୍ଚାଇ ଦେଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୩ରେ ହେବ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପସ୍ଥିତ ଆଇନଜୀବୀ ଶୁଣାଣିକୁ ଗୋଟିଏ ସପ୍ତାହ ଘୁଞ୍ଚାଇବା ପାଇଁ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ। ଲୋକଙ୍କ ଜମା ଅର୍ଥ କୁଆଡ଼େ ଗଲା ବୋଲି ଶୁଣାଣି ବେଳେ ଜଷ୍ଟିସ ଶାହା କେନ୍ଦ୍ରକୁ ପ୍ରଶ୍ନ କରିଥିଲେ। କୋଅପରେଟିଭ୍‌ ସୋସାଇଟି ଦ୍ୱାରା ସଂଗୃହୀତ ଅର୍ଥକୁ ଘରୋଇ କମ୍ପାନୀରେ ନିବେଶ କରାଯାଇଥିଲା ବୋଲି ସରକାରଙ୍କ ପକ୍ଷର ଓକିଲ କହିଥିଲେ। ବିଭିନ୍ନ ଅଦାଲତରେ ବିଚାରାଧୀନ ସମସ୍ତ ଚିଟ୍‌ଫଣ୍ଡ ମାମଲାକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ପାଇଁ କେନ୍ଦ୍ର ପକ୍ଷରୁ ଦାଏର ପିଟିଶନକୁ ବିଚାରକୁ ନେବା ଲାଗି ନିବେଦନ କରାଯାଇଥିଲା। ଗତ ମାସ ୧୬ରେ ସୁପ୍ରିମକୋର୍ଟ ଜମାକାରୀଙ୍କୁ ଚିଟ୍‌ଫଣ୍ଡ ଅର୍ଥ ଫେରସ୍ତ ନେଇ କେନ୍ଦ୍ର ସରକାର, ଓଡ଼ିଶା ଓ ଅନ୍ୟାନ୍ୟ ପକ୍ଷଙ୍କ ମତାମତ ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

୧୦ରେ ସିଜେପିର ଦିଲ୍ଲୀ ବିକ୍ଷୋଭ

ନୂଆଦିଲ୍ଲୀ,୪ା୧୦(ପି.ଟି.): ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଯଦି ଇସ୍ତଫା ନ ଦିଅନ୍ତି, କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ!

ନୂଆଦିଲ୍ଲୀ, ୪।୧୦: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା…

ଇଣ୍ଡି ମେଣ୍ଟରେ ସାମିଲ ହେଲା ଟିଭିକେ

ଚେନ୍ନାଇ, ୪।୧୦: ଅଭିନେତା-ରାଜନେତା ବିଜୟଙ୍କ ନେତୃତ୍ୱାଧୀନ ‘ତାମିଲଗା ଭେଟ୍ରି କାଜଗମ’ (ଟିଭିକେ) ଦଳ ଇଣ୍ଡି ମେଣ୍ଟରେ ସିଇସିଙ୍କ ଇସ୍ତଫା ଦାବି ଅଭିଯାନରେ ସାମିଲ ହୋଇଛି ବୋଲି ଶନିବାର…

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?