ସିଆଇଓର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୫।୪: ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା କାଉନସିଲ ଫର ଇନ୍‌ସ୍ୟୁରାନ୍ସ ଅମ୍ବୁଡ୍‌ସମ୍ୟାନ ବା ସିଆଇଓ (ବୀମା ଲୋକପାଳ ପରିଷଦ)ର ବାର୍ଷିକ ଫଳାଫଳ ନିକଟରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷ (୨୦୨୩-୨୪ ଆର୍ଥିକ ବର୍ଷ) ମଧ୍ୟରେ ସିଆଇଓ ଉଲ୍ଲେଖନୀୟ ସଫଳତା ସହ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ସର୍ବଭାରତୀୟସ୍ତରରେ ସିଆଇଓର ସମସ୍ତ ୯ଟି କାର୍ଯ୍ୟାଳୟର ମିଳିତ ସହଯୋଗରେ ପ୍ରତିଷ୍ଠାନ ଏହି ସଫଳତା ସହ ଆର୍ଥିକ ବର୍ଷ ଶେଷ କରିଛି।

ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଅଥବା ୨୦୨୪ ମାର୍ଚ୍ଚ ୩୧ ସୁଦ୍ଧା ୭୭,୧୮୮ ଅଭିଯୋଗର ସମାଧାନ କରିବାରେ ସିଆଇଓ ସଫଳ ହୋଇଛି। ବର୍ଷକ ମଧ୍ୟରେ ଗ୍ରହଣ କରାଯାଇଥିବା ୭୭,୧୮୮ଟି ଅଭିଯୋଗ ମଧ୍ୟରୁ ୩୪% ଅଭିଯୋଗ ଅନଲାଇନରେ ଦାଖଲ କରାଯାଇଥିଲା ଏବଂ ୭୪% ଅଭିଯୋଗ ଶୁଣାଣି ହୋଇ ଅନ୍‌ଲାଇନରେ ସମାଧାନ କରାଯାଇଥିଲା। ସିଆଇଓ ପକ୍ଷରୁ ପ୍ରକାଶିତ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଏନେଇ ତଥ୍ୟ ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ୨୦୨୩-୨୪ ବର୍ଷ ସର୍ବକାଳୀନ ଅଭିଯୋଗର ସମାଧାନ ସହିତ ଏହି ଅନୁଷ୍ଠାନ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି।

ବର୍ଷ ମଧ୍ୟରେ ମୋଟ୍‌ ଆବେଦନ ମାଧ୍ୟମରେ ସମାଧାନ ହୋଇଥିବା ଅଭିଯୋଗ ସଂଖ୍ୟା ୩୬,୮୪୫ ହୋଇଥିବାବେଳେ ସୁପାରିସ କ୍ରମେ ହୋଇଥିବା ଅଭିଯୋଗ ସଂଖ୍ୟା ୧୫,୫୨୮ ରହିଛି। ଅଭିଯୋଗକାରୀଙ୍କ ସପକ୍ଷରେ ଦିଆଯାଇଥିବା ରାୟ ସଂଖ୍ୟା ୨୪,୮୧୫ ରହିଛି । ୪୨.୧୪% ଆର୍ବିଟ୍ରେସନ (ସୁପାରିସ) ମାଧ୍ୟମରେ ମାମଲାର ସମାଧାନ ହୋଇଛି। ୫୯.୩୬% ପ୍ରତିଶତ ମାମଲାର ସମାଧାନ ପଞ୍ଜୀକରଣର ୩୦ ଦିନ ମଧ୍ୟରେ କରାଯାଇଛି। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ଅହମଦାବାଦ, ଭୁବନେଶ୍ୱର, ଦିଲ୍ଲୀ, ଗୁଆହାଟୀ, ହାଇଦ୍ରାବାଦ, ଜୟପୁର, ଲକ୍ଷ୍ନୌ, ନୋଏଡା ଏବଂ ପାଟନା ଆଦି ୯ଟି କାର୍ଯ୍ୟାଳୟରେ ହୋଇଥିବା ଅଭିଯୋଗଗୁଡ଼ିକର ସମାଧାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?