ସହର ଜନସମୁଦ୍ର

ଢେଙ୍କାନାଳ ଅଫିସ, ୭।୧: ହକି ବିଶ୍ୱକପ୍‌କୁ ମଝିରେ ଦିନ କେଇଟା ବାକି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟକୁ ସ୍ମରଣୀୟ କରିବା ଲାଗି ରାଜ୍ୟ ପରିକ୍ରମାରେ ବାହାରିଥିବାବେଳେ ଟ୍ରଫିକୁ ସବୁଠି ଦିଆଯାଉଛି ଉଚ୍ଛ୍ବସିତ ସମ୍ବର୍ଦ୍ଧନା। ହକିର ଅନ୍ୟତମ ଅନ୍ତୁଡ଼ିଶାଳ ଢେଙ୍କାନାଳ ଜିଲା ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଗୁରୁବାର ଟ୍ରଫି ପହଞ୍ଚତ୍ବାଠାରୁ ଆରମ୍ଭ କରି ଶୁକ୍ରବାର ବିଦାୟ ନେବା ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବିପୁଳ ଉତ୍ସାହ ଓ ଉଦ୍ଦୀପନା। ଆଖି ଝଲସାଇ ଦେବା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ, ଭବ୍ୟ ଶୋଭାଯାତ୍ରାରେ ଟ୍ରଫି ନଗର ପରିକ୍ରମା କରିଥିବାବେଳେ ଜନସମୁଦ୍ରରେ ପରିଣତ ହୋଇଥିଲା ସାରା ସହର।
ଢେଙ୍କାନାଳ ସହରରେ ଗୁରୁବାର ସନ୍ଧ୍ୟାରେ ପହଞ୍ଚତ୍ଥିବା ବିଶ୍ୱକପ୍‌ ହକି ଟ୍ରଫି ରାତ୍ରି ରହଣି କରିଥିଲା ସର୍କିଟ ହାଉସ୍‌ରେ। ଶୁକ୍ରବାର ସକାଳ ୭ଟାରେ ପାରମ୍ପରିକ ଲୋକନୃତ୍ୟ, ବାଦ୍ୟର ତାଳେ ତାଳେ ବିଶାଳ ଶୋଭାଯାତ୍ରାରେ ସର୍କିଟ୍‌ ହାଉସ୍‌ରୁ ବାହାରିଥିବା ଟ୍ରଫି ବସ୍‌ଷ୍ଟାଣ୍ଡ, ଦୁର୍ଗାବଜାର ଛକ, ବଳରାମ ମନ୍ଦିର, ରଥଗଡ଼ା, ଗଣେଶ ବଜାର ଦେଇ ମିନି ଷ୍ଟାଡିୟମ୍‌ରେ ପହଞ୍ଚତ୍ଥିଲା। ଏହି ଅବସରରେ ସହରସ୍ଥିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ବିଧାୟକ ସୁଧୀର ସାମଲ, ଜିଲାପାଳ ସରୋଜ ସେଠୀ, ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣଙ୍କ ସମେତ ବିଭିନ୍ନ କ୍ରୀଡ଼ା ସଙ୍ଗଠନ, ସାଂସ୍କୃତିକ ଅନୁଷ୍ଠାନ, ପ୍ରଶାସନିକ ଅଧିକାରୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର, ଗଣମାଧ୍ୟମ ପ୍ରତିନିଧି, ଜନପ୍ରତିନିଧିମାନେ ଏଥିରେ ସାମିଲ ହୋଇଥିଲେ। ମିନିଷ୍ଟାଡିୟମ୍‌ରେ ଆୟୋଜିତ ଉତ୍ସବରେ ମଶାଲ, ବିଶ୍ୱକପ୍‌ ହକିକୁ ସମ୍ବର୍ଦ୍ଧିତ କରାଯାଇଥିଲା। ହକି ବିଶ୍ୱକପ୍‌ ଉପଲକ୍ଷେ ଜିଲାରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାପାଳ ସୂଚନା ଦେଇଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଭାରତୀୟ ଦଳର ସଫଳତା ପାଇଁ ସମସ୍ତେ ଶୁଭକାମନା ଜଣାଇଥିଲେ। ଏହାପରେ ଟ୍ରଫି କାମାକ୍ଷାନଗର, ପରଜଙ୍ଗ, କଙ୍କଡ଼ାହାଡ଼ ଦେଇ କେନ୍ଦୁଝର ଅଭିମୁଖେ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?