ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସହକାରୀ ଉପଜିଲାପାଳ ପ୍ରଧାନ ଟୁଲିଆମ୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଗା ଚାରାରୋପଣ କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେଠାରେ ଆୟୋଜିତ ସଭାରେ ଯୋଗଦେଇ କହିଥିଲେ, ଆମକୁ ପ୍ରକୃତିର ସୁରକ୍ଷା କରିବାକୁ ପଡ଼ିବ। ପ୍ରାକୃତିକ ସମ୍ପଦର କ୍ଷୟ ଯୋଗୁ ଋତୁ ଅନୁସାରେ ଆଉ ବର୍ଷା, ଶୀତ, ଖରା ହେଉନାହିଁ। ଜଳବାୟୁ ପରିବର୍ତ୍ତନ ଯୋଗୁ ଏହି ସମସ୍ୟା ଦେଖାଦେଇଛି। ଗଛ ଲଗାଇବା ସହ ତା’ର ରକ୍ଷଣାବେକ୍ଷଣ କରିବାକୁ ପଡ଼ିବ। ତାପମାତ୍ରା ବୃତ୍ତି ଯୋଗୁ ଜଳବାୟୁ ପରିବର୍ତ୍ତନ ହେଉଛି। ଏହାଦ୍ୱାରା ବାରମ୍ବାର ପ୍ରାକୃତିକ ଦୁର୍ବିପାକ ପଡୁଛି। ଏହିଭଳି ପରିସ୍ଥିତିରେ ଆମକୁ ପରିବେଶର ସୁରକ୍ଷା କରିବାକୁ ପଡ଼ିବ। ତେଣୁ ଆମେ ଜନ୍ମଦିନରେ ଗୋଟିଏ ଗୋଟିଏ ଚାରା ଲଗାଇବାକୁ ପଡ଼ିବ ବୋଲି ସହକାରୀ ଉପଜିଲପାଳ ଆହ୍ବାନ କରିଥିଲେ।
ଡିଏଫ୍‌ଓ ହିଂମାଶୁ ଶେଖର ମହାନ୍ତି ଅତିଥି ଭାବେ ଯୋଗଦେଇ ପୃଥିବୀରେ ଭୂତଳ ଜଳସ୍ତର ହ୍ରାସ ପାଉଥିବା ନେଇ ଚିନ୍ତା ପ୍ରକଟ କରିଥିଲେ। ଭୂତଳ ଜଳସ୍ତର ସଂରକ୍ଷଣ ନ ହେଲେ ମାନବ ସମାଜ ପାଇଁ ଅନେକ ବିପଦ ମାଡ଼ି ଆସିବ। ତେଣୁ ଭୂତଳ ଜଳସ୍ତର ବୃଦ୍ଧି ପାଇଁ ଭାଗ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି ବୋଲି ଡିଏଫ୍‌ଓ ମହାନ୍ତି କହିଥିଲେ। ତହସିଲଦାର ଅଭିପ୍ସା ପଟ୍ଟନାୟକ କହିଥିଲେ ସହର ପ୍ରଦୂଷିତ ହେଉଛି। ଗଛ ଯେଉଁଠି ଅଛି, ସେଠି ଶାନ୍ତି ଅଛି ବୋଲି କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏସିଏଫ୍‌ ବିବେକ ଦାସ, ତୁରୁମୁ ସରପଞ୍ଚ ଉଷାରାଣୀ ପ୍ରଧାନ, ତିଲିଶୀଙ୍ଗି ସରପଞ୍ଚ ସୁରୁଚି ନାୟକ, ସମିତିସଭ୍ୟ ସୁବାସ ଚନ୍ଦ୍ର ପ୍ରଧାନ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, ଜଗନ୍ନାଥ ପ୍ରସାଦ ରେଞ୍ଜର ସୁଜାତା ରାଣୀ ପଣ୍ଡା,ତାରସିଂ ରେଞ୍ଜର ପ୍ରଶାନ୍ତ ବେହେରା, ରେଞ୍ଜର ପୃଥିବୀ ରାଜ ପ୍ରଧାନ, ସୁଶାନ୍ତ ସାହୁ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏସିଏଫ୍‌ ବିମଳ କୁମାର ପ୍ରଧାନ ସଭାକୁ ସଂଯୋଜନା କରିଥିବା ବେଳେ ବନପାଳ ଶୁଭସ୍ମିତା ପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ମେଗା ଚାରାରୋପଣ କାର୍ଯ୍ୟକ୍ରମରେ ବନ ସୁରକ୍ଷା ସମିତି କର୍ମକର୍ତ୍ତା, ଗାଲେରି ଦଣ୍ଡପାଣି ମହାରଥା କଲେଜ ଜାତୀୟ ସେବା ଯୋଜନା ସ୍ବେଚ୍ଛାସେବୀ, ବନ ବିଭାଗ କର୍ମଚାରୀ ପ୍ରମୁଖ ସାମିଲ ହୋଇଥିଲେ। ଏହି ଅବସରରେ ଗାଲେରୀ କଲେଜ ଜାତୀୟ ସେବା ଯୋଜନା ଅଧିକାରୀ ଗଙ୍ଗାଧର ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ବାବୁଲା ପ୍ରଧାନ, ଶିକ୍ଷକ ଶ୍ୟାମାପ୍ରସାଦ ମିଶ୍ର, ଶିକ୍ଷକ ଦ୍ୟୁତିକୃଷ୍ଣ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ଅମର ନାୟକ, ଶୁକ୍ଷେତ୍ରା ପ୍ରଧାନ, ପ୍ରକାଶ ସେନାପତି, ଧନୁର୍ଦ୍ଧର ବେହେରା, ଧରିତ୍ରୀ ସାହୁ, ଗଗନ ତ୍ରିପାଠୀ, ସରସ୍ବତୀ ମଳିକ, ବର୍ଷାରାଣୀ ସାହୁ, କୃଷ୍ଣକାନ୍ତ ରାଉତ, ସମୀର ରଞ୍ଜନ ବେହେରା ପ୍ରମୁଖ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?