ଶ୍ରୀରାମ ଧ୍ୱନିରେ କମ୍ପୁଛି ସହର

ଭଦ୍ରକ ଅଫିସ,୯।୪ କୋଭିଡ୍‌ କଟକଣା ହଟିବା ପରେ ଭଦ୍ରକ ସହରରେ ଗଣପର୍ବ ଭାବେ ପରିଚିତ ଶ୍ରୀରାମ ନବମୀ ମହୋତ୍ସବ ଏଥର ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇଉଠିଛି। ଜୟ ଶ୍ରୀରାମ ଧ୍ୱନିରେ କମ୍ପୁଛି ସାରା ସହର। ଆସନ୍ତା ୧୦ ତାରିଖରେ ମୁଖ୍ୟ ମହୋତ୍ସବ ପାଳନ ହେବାକୁ ଥିବାବେଳେ ୭ଦିନ ପୂର୍ବରୁ ସ୍ଥାନୀୟ ଗାନ୍ଧୀପଡ଼ିଆଠାରେ ବିଭିନ୍ନ କାର୍ଯ୍ୟକ୍ରମ ସାଙ୍ଗକୁ ସ୍ବତନ୍ତ୍ର ପୂଜାପାଠ ଆରମ୍ଭ ହୋଇଛି। ଗଣଦୌଡ଼, ସାଧୁସନ୍ଥ ପୂଜନ, ଗୋ-ପୂଜନ ସହ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଗାନ୍ଧୀପଡ଼ିଆଠାରେ ପ୍ରଭୁ ମର୍ଯ୍ୟାଦା ପୁରୁଷ ଶ୍ରୀରାମ, ଲକ୍ଷ୍ମଣ ଓ ମାତା ସୀତାଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ମଧ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ୩ ପୀଠ ଆରଡ଼ିର ବାବା ଆଖଣ୍ଡଳମଣି, ଯାଜପୁରର ମା’ ବିରଜା ଓ ଭଦ୍ରକାଳୀଙ୍କ ପୀଠରୁ ଶତାଧିକ ଭକ୍ତଙ୍କୁ ନେଇ ଆଜ୍ଞାମାଳ ଅଣାଯାଇ ଯଜ୍ଞ ମଣ୍ଡପରେ ସ୍ଥାପନ କରାଯାଇଛି। ଶ୍ରୀରାମ ନବମୀ ମହାଯଜ୍ଞ ଲାଗି ଭଦ୍ରକ ସହରର ଲୋକନାଥ ମନ୍ଦିରରୁ ଘଟ ଅଣାଯାଇ ଯଜ୍ଞ ଆରମ୍ଭ ହୋଇଛି।
ଅପରାହ୍ନରେ ୨୦୦୮ ମହିଳାଙ୍କ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ମହିଳାଙ୍କ ହୁଳହୁଳି ସାଙ୍ଗକୁ ଘଣ୍ଟୁଆଙ୍କ ଘଣ୍ଟନାଦ, ଢୋଲ ବାଦ୍ୟ ଶୋଭାଯାତ୍ରା ନିଆରା ମାହୋଲ ସୃଷ୍ଟି କରିଥିଲା। ମହିଳାମାନେ ସାଳନ୍ଦୀ ନଦୀରୁ ଘଟୋତ୍ତଳନ କରି ବନ୍ତ ଛକ ରାସ୍ତା ଦେଇ ସହର ପରିକ୍ରମା କରି ଗାନ୍ଧୀପଡ଼ିଆ ଯଜ୍ଞପୀଠରେ ପହଞ୍ଚିଥିଲେ। ମାଳତୀଲତା ସାହୁ, ରଞ୍ଜିତା ସ୍ବାଇଁ, କଳ୍ପନା ଜେନା, ଭାରତୀ ବିଶ୍ୱାଳ, ଗୀତା ପଢ଼ିଆରୀ, ହରପ୍ରିୟା ସାହୁ, ଲିପିକା ବାରିକ, ଉଷା ପାଢ଼ୀ, ଗୀତିକା ମହାପାତ୍ର, ରମିତା ପାଢୀ, ଉର୍ମିଳା ସେଠୀ, ପଙ୍କଜିନୀ ଳେଙ୍କା, ପଦ୍ମିନୀ ଦ୍ୱିବେଦୀ, ଉର୍ମିଳା ସାହୁ, ଶ୍ରାବଣୀ କିନ୍ନର, ଚୈତାଳି ଖିଲାର ପ୍ରମୁଖ ଶୋଭାଯାତ୍ରାରେ ନେତୃତ୍ୱ ନେଇଥିଲେ। ଜିଲାର ବିଭିନ୍ନ ପ୍ରାନ୍ତରୁ ମହିଳାମାନେ ଏଥିରେ ସାମିଲ ହୋଇଥିଲେ। ଶ୍ରୀରାମ ମହାଯଜ୍ଞ ସମିତି ସଭାପତି ରାୟ ରାମାନନ୍ଦ ମହାପାତ୍ର, କାର୍ଯ୍ୟକାରୀ ସଭାପତି ବ୍ୟୋମକେଶ ସେନାପତି, ସମ୍ପାଦକ ଶରତ ପଢିଆରୀ, ସଂଯୋଜକ ଗୋବିନ୍ଦ ରାଉତ, ଯୁଗ୍ମ ସମ୍ପାଦକ ତପନ ମହାନ୍ତି, ଉପସଭାପତି ପ୍ରଦୀପ୍ତ ବିଶ୍ୱାଳ, ସହ କୋଷାଧ୍ୟକ୍ଷ ନିରଞ୍ଜନ ସାହୁ, ବରିଷ୍ଠ ସଦସ୍ୟ ଜଗନ୍ନାଥ ଦାଶ, ଉପଦେଷ୍ଟା ଅଭିମନ୍ୟୁ ସେଠୀ, ବଦ୍ରି ନାରାୟଣ ଧଳ, ତୁଷାର ଦାସ ଓ ସ୍ବାଧୀନ ସୁନ୍ଦର ଦାସ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri