ସମ୍ବଲପୁର ସହରରେ ପଶିଲା ବନ୍ୟାଜଳ

ସମ୍ବଲପୁର,୨୯।୮(ବ୍ୟୁରୋ)-ଶନିବାର ହୀରାକୁଦ ଜଳଭଣ୍ଡାରରୁ ୪୬ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ମହାନଦୀ ପିଛିଲା ପାଣିରେ ସମ୍ବଲପୁର ଜିଲାର ନଦୀ ନାଳଗୁଡ଼ିକ ଫୁଲି ଉଠିଛି । ସମ୍ବଲପୁର ସହରର ତଳିଆ ଅଞ୍ଚଳରେ ବନ୍ୟା ଜଳ ପ୍ରବେଶ କରିଥିବାରୁ ପରିସ୍ଥିତି ଜଟିଳ ହୋଇଛି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରିରହିଛି । ବିଭିନ୍ନ ସ୍ଥାନରେ ୧୪ଟି ଆଶ୍ରୟସ୍ଥଳୀ ଖୋଲାଯାଇ ପ୍ରାୟ ୧୮ଶହ ଲୋକଙ୍କୁ ରଖାଯାଇଛି । ଶୁକ୍ରବାର ରାତିରୁ ଉଦ୍ଧାର କାର୍ଯ୍ୟ ଜାରିରହିଛି । ମନ୍ଦଲିଆ, ଚାରଭାଟି, ବିନାଖଣ୍ଡି, ଗୋବିନ୍ଦତୋଲା, ଦୁର୍ଗାପାଲି, ଖଣ୍ଡୁଆଳ, ଲିମସରିଏନ, କମଲିବଜାର, ବଡ଼ବଜାର, ଚନ୍ଦନନଗର ଅଞ୍ଚଳରେ ବନ୍ୟାଜଳ ପ୍ରବେଶ କରିଛି ା ଉଦ୍ଧାର କରାଯାଇଥିବା ଲୋକମାନଙ୍କୁ ଶୁଖିଲା ଓ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି ।
ବନ୍ୟା ପରିସ୍ଥିତକୁ ନେଇ ସହରରେ ଭୟର ବାତାରବରଣ ସୃଷ୍ଟି ହୋଇଛି । ଶନିବାର ଦିନ ତମାମ ବର୍ଷା ହୋଇନାହିଁ ା ହେଲେ ପିଛିଲା ପାଣିରେ ତଳିଆ ଅଞ୍ଚଳର ବହୁ ଘରଦ୍ୱାର ଭାଙ୍ଗିଯାଇଛି । ବନ୍ୟାର ସମ୍ଭାବ୍ୟ ପରିସ୍ଥିତି ପାଇଁ ପ୍ରସ୍ତୁତ ରହିବାକୁ ଜିଲାପାଳ ଶୁଭମ୍‌ ସକ୍‌ସେନା ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ କମିଶନର ଅନିରୁଦ୍ଧ ପ୍ରଧାନ ହୀରାକୁଦ ଅଞ୍ଚଳ ପରିଦର୍ଶନ କରି ସ୍ଥାନୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବିନାଖଣ୍ଡି, ଦୁର୍ଗାପାଲି, ବଡ଼ବଜାର ଆଦି ଅଞ୍ଚଳରେ ପଶିଥିବା ବନ୍ୟାଜଳକୁ ପମ୍ପ ସାହାଯ୍ୟରେ ନିଷ୍କାସନ କରାଯାଉଛି । ଅଗ୍ନିଶମ ବିଭାଗ, ସ୍ବାସ୍ଥ୍ୟ ବିଭାଗ ଓ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ନିୟୋଜିତ ରହିଛନ୍ତି । ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରିଲିଫ କ୍ୟାମ୍ପ ଖେଲିଛି ା ପ୍ରଭାବିତ ଅଞ୍ଚଳରେ ବିଶୁଦ୍ଧ ପାଣି ଯୋଗାଇ ଦିଆଯାଉଛି ା
ମହାନଦୀ ତଟରେ ଥିବା ଚିପିଲିମାର ମାଁ ଘଣ୍ଟେଶ୍ୱରୀ ମନ୍ଦିର ପାଣି ଘେରରେ ରହିଛି । ସେହିପରି ଗୁଡେଶ୍ୱର ବାବା, ହୁମା ବିମଲେଶ୍ୱର ବାବା, ମାନେଶ୍ୱର ମାନଧାତା ବାବା ମନ୍ଦିର ପାଖକୁ ବନ୍ୟାଜଳ ମାଡି ଆସିଛି । ଅନ୍ୟପଟେ ସମ୍ବଲପୁର-ସୋନପୁର ରାସ୍ତା ଗୁଣ୍ଡେରପୁର ମାଳତୀ ନଦୀ ବ୍ରିଜ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ବନ୍ଦ ରହିଛି ା ମହାନଦୀ ଅବବାହିକାରେ ଥିବା ଗ୍ରାମବାସୀ ଭୟରେ ଦିନ କାଟୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri