ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର

ବାଲୁଗଁା/ବାଣପୁର,୧୫।୪(ସଂଗ୍ରାମ ପାଇକରାୟ/ଦିଲୀପ ସ୍ବାଇଁ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସୋମବାର ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା ମାମୁ-ଭଣଜା ପାହାଡ଼ସ୍ଥିତ ହନୁମାନ ମନ୍ଦିରରୁ ବାହାରି ବାଲୁଗାଁ ବଜାର ପରିକ୍ରମା କରିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ଏମ୍‌ପି ଡା. ସମ୍ବିତ ପାତ୍ର ଏହି ଶୋଭାଯାତ୍ରାରେ ସାମିଲ ହୋଇ ବଜରଙ୍ଗଦଳ କର୍ମୀଙ୍କୁ ଉତ୍ସାହିତ କରିଥିଲେ। ଜୟ ଶ୍ରୀରାମ ଓ ଜୟ ବଜରଙ୍ଗବାଲିଙ୍କ ଧ୍ୱନିରେ ବାଲୁଗାଁ ସହର ପ୍ରକମ୍ପିତ ହୋଇଉଠିଥିଲା। ପ୍ରଭୁ ଶ୍ରୀରାମ ଓ ହନୁମାନଙ୍କ ପ୍ରତିମୂର୍ତ୍ତିକୁ ସୁସଜ୍ଜିତ ରଥରେ ଅବସ୍ଥାନ କରାଯାଇଥିଲା। ଅନୁରୂପ ଭାବେ ଏହି ଶୋଭାଯାତ୍ରା ବାଣପୁର ନଗର ପରିକ୍ରମା କରି ପଲଟଣ ପଡ଼ିଆରେ ପହଞ୍ଚିଥିଲା। ଶୋଭାଯାତ୍ରାରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ବଜରଙ୍ଗ ଦଳ କର୍ମୀ ସାମିଲ ହୋଇଥିଲେ। ଏସ୍‌ଡିପିଓ ସଞ୍ଜୟ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ବାଲୁଗଁା ଏବଂ ବାଣପୁର ଆଇଆଇସିଙ୍କ ସମେତ ବ୍ୟାପକ ପୋଲିସ ଫୋର୍ସ ମୁତୟନ ରହି ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri