ନୃତ୍ୟ, ବାଦ୍ୟରେ କମ୍ପିଲା ସହର

କେନ୍ଦୁଝର/ପାଟଣା,୮।୧ (ସ୍ବ.ପ୍ର/ଡି.ଏନ୍‌.ଏ): ବିଶ୍ୱକପ୍‌ ହକି ଟ୍ରଫି ଏବଂ ମାସ୍କଟ ‘ଓଲି’କୁ କେନ୍ଦୁଝର ଜିଲାରେ ଭବ୍ୟ ସ୍ବାଗତ କରାଯାଇଛି। ଏଥିପାଇଁ ବିଭିନ୍ନ ସ୍ଥାନରେ ନୃତ୍ୟ, ଗୀତ ଓ ବାଦ୍ୟଯନ୍ତ୍ରର ମଧୁର ମୁର୍ଚ୍ଛନାରେ ସହର କମ୍ପୁଥିଲା। ଶନିବାର ସକାଳେ ସର୍କିଟ୍‌ ହାଉସ୍‌ ଛକ ନିକଟରୁ ଏକ ମିନି ମାରାଥନ ଆୟୋଜିତ ହୋଇଥିଲା। ଏକ ବାଇକ୍‌ ରାଲିରେ ସର୍କିଟ୍‌ ହାଉସଠାରୁ ଟ୍ରଫିକୁ ପୁରୁଣା ସହରସ୍ଥିତ ବଡ଼ଦାଣ୍ଡକୁ ପଟୁଆରରେ ନିଆଯାଇ ସେଠାରେ ଏକ ସ୍ବତନ୍ତ୍ର ମଣ୍ଡପରେ ସ୍ଥାପନ କରାଯାଇଥିଲା। ସ୍ବାଗତ କରିବା ପାଇଁ ସବୁ ବର୍ଗର ଲୋକ, ଛାତ୍ରୀଛାତ୍ରମାନେ ସମବେତ ହୋଇଥିଲେ।
ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ବାଗତ ସମାରୋହରେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଲକ୍ଷ୍ମୀ ନାଏକ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ଏସ୍‌ପି ମିତ୍ରଭାନୁ ମହାପାତ୍ର, ଡିଏଫଓ ଧନ୍‌ରାଜ ଏଚ୍‌ଡି, କେନ୍ଦୁଝରଗଡ଼ ପୌରପାଳିକା ନିକୁ ସାହୁ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଯଦୁମଣି ମହଲା, ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ୍‌, ଜିଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଜୟଶ୍ରୀ ବେଉରା, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, କେନ୍ଦୁଝରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ ଡ. ମଧୁସ୍ମିତା ସାମନ୍ତରାୟ ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇଥିଲେ। କେନ୍ଦୁଝର ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସଞ୍ଜୀବ ବାରିକ ସ୍ବାଗତ ସମ୍ଭାଷଣ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷାବିତ୍‌, ଜନସାଧାରଣ ଟ୍ରଫି ଏବଂ ଓଲିକୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।
ହକି ବିଶ୍ୱକପ୍‌ ଟ୍ରଫି ମୟୂରଭଞ୍ଜ ଜିଲା ପରିକ୍ରମା ନିମନ୍ତେ ବାହାରିଥିଲା। ରାସ୍ତାରେ ପାଟଣା ବ୍ଲକ୍‌ ଅନ୍ତର୍ଗତ ତୁରୁମୁଙ୍ଗା କଲେକ ଛକରେ ହକି ବିଶ୍ୱକପ ଓ ମାସ୍କଟ ଓଲିକୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ ଦଧିବାବନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା, ସରକାରୀ କର୍ମଚାରୀ ଓ ନିର୍ବାଚିତ ଲୋକ ପ୍ରତିନିଧିମାନେ ସାମିଲ ହୋଇ ବାଣ ଫୁଟାଇ, ବାଜା ବଜାଇ ଥାନା ଛକ ପର୍ଯ୍ୟନ୍ତ ପଟୁଆରରେ ନେଇଥିଲେ। ପରେ ମୟୂରଭଞ୍ଜ ଜିଲା କରଞ୍ଜିଆକୁ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri