ନୃତ୍ୟ, ବାଦ୍ୟରେ କମ୍ପିଲା ସହର

କେନ୍ଦୁଝର/ପାଟଣା,୮।୧ (ସ୍ବ.ପ୍ର/ଡି.ଏନ୍‌.ଏ): ବିଶ୍ୱକପ୍‌ ହକି ଟ୍ରଫି ଏବଂ ମାସ୍କଟ ‘ଓଲି’କୁ କେନ୍ଦୁଝର ଜିଲାରେ ଭବ୍ୟ ସ୍ବାଗତ କରାଯାଇଛି। ଏଥିପାଇଁ ବିଭିନ୍ନ ସ୍ଥାନରେ ନୃତ୍ୟ, ଗୀତ ଓ ବାଦ୍ୟଯନ୍ତ୍ରର ମଧୁର ମୁର୍ଚ୍ଛନାରେ ସହର କମ୍ପୁଥିଲା। ଶନିବାର ସକାଳେ ସର୍କିଟ୍‌ ହାଉସ୍‌ ଛକ ନିକଟରୁ ଏକ ମିନି ମାରାଥନ ଆୟୋଜିତ ହୋଇଥିଲା। ଏକ ବାଇକ୍‌ ରାଲିରେ ସର୍କିଟ୍‌ ହାଉସଠାରୁ ଟ୍ରଫିକୁ ପୁରୁଣା ସହରସ୍ଥିତ ବଡ଼ଦାଣ୍ଡକୁ ପଟୁଆରରେ ନିଆଯାଇ ସେଠାରେ ଏକ ସ୍ବତନ୍ତ୍ର ମଣ୍ଡପରେ ସ୍ଥାପନ କରାଯାଇଥିଲା। ସ୍ବାଗତ କରିବା ପାଇଁ ସବୁ ବର୍ଗର ଲୋକ, ଛାତ୍ରୀଛାତ୍ରମାନେ ସମବେତ ହୋଇଥିଲେ।
ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ବାଗତ ସମାରୋହରେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଲକ୍ଷ୍ମୀ ନାଏକ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ଏସ୍‌ପି ମିତ୍ରଭାନୁ ମହାପାତ୍ର, ଡିଏଫଓ ଧନ୍‌ରାଜ ଏଚ୍‌ଡି, କେନ୍ଦୁଝରଗଡ଼ ପୌରପାଳିକା ନିକୁ ସାହୁ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଯଦୁମଣି ମହଲା, ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ୍‌, ଜିଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଜୟଶ୍ରୀ ବେଉରା, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, କେନ୍ଦୁଝରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ ଡ. ମଧୁସ୍ମିତା ସାମନ୍ତରାୟ ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇଥିଲେ। କେନ୍ଦୁଝର ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସଞ୍ଜୀବ ବାରିକ ସ୍ବାଗତ ସମ୍ଭାଷଣ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷାବିତ୍‌, ଜନସାଧାରଣ ଟ୍ରଫି ଏବଂ ଓଲିକୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।
ହକି ବିଶ୍ୱକପ୍‌ ଟ୍ରଫି ମୟୂରଭଞ୍ଜ ଜିଲା ପରିକ୍ରମା ନିମନ୍ତେ ବାହାରିଥିଲା। ରାସ୍ତାରେ ପାଟଣା ବ୍ଲକ୍‌ ଅନ୍ତର୍ଗତ ତୁରୁମୁଙ୍ଗା କଲେକ ଛକରେ ହକି ବିଶ୍ୱକପ ଓ ମାସ୍କଟ ଓଲିକୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ ଦଧିବାବନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା, ସରକାରୀ କର୍ମଚାରୀ ଓ ନିର୍ବାଚିତ ଲୋକ ପ୍ରତିନିଧିମାନେ ସାମିଲ ହୋଇ ବାଣ ଫୁଟାଇ, ବାଜା ବଜାଇ ଥାନା ଛକ ପର୍ଯ୍ୟନ୍ତ ପଟୁଆରରେ ନେଇଥିଲେ। ପରେ ମୟୂରଭଞ୍ଜ ଜିଲା କରଞ୍ଜିଆକୁ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri