ରତ୍ନଭଣ୍ଡାର ଖୋଲିବା ଦାବି ଥମୁନି

ଭୁବନେଶ୍ବର,୩ା୭(ସୁନିତ୍‌ ମିଶ୍ର): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ନେଇ ରାଜନୀତି ଥମିବାର ନଁା ଧରୁନାହିଁ। ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗ୍ରହ ପ୍ରକାଶ କରାଯାଉ ନ ଥିବାବେଳେ ବିରୋଧୀ କିନ୍ତୁ ଏହି କଥାକୁ ଜାବୁଡି ଧରିଛନ୍ତି। ରତ୍ନଭଣ୍ଡାର ନିହାତି ଖୋଲିବା ଦରକାର ବୋଲି ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ ଦାବି କରିଆସୁଛନ୍ତି। ଭାଜପା ଏହି ପ୍ରସଙ୍ଗରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିବା ବେଳେ କଂଗ୍ରେସ କିଛି ବିଭ୍ରାଟ ଯୋଗୁ ସରକାର ରତ୍ନଭଣ୍ଡାର ଖୋଲୁ ନ ଥିବା ଯୁକ୍ତି ବାଢ଼ିଛି। ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାରେ ଅସୁବିଧା କେଉଁଠାରେ ଅଛି। ପୂର୍ବରୁ ମଧ୍ୟ ଗୋଟିଏ କଥା କହିଛି ରତ୍ନଭଣ୍ଡାର ରାଜ୍ୟ ସରକାରଙ୍କ ସମ୍ପତ୍ତି ନୁହେଁ। ଏହା ସରକାରୀ କିମ୍ବା କୌଣସି ବ୍ୟକ୍ତିଗତ ସମ୍ପତ୍ତି ନୁହେଁ। ଏହା ପ୍ରଭୁ ଜଗନ୍ନାଥଙ୍କ ସମ୍ପତ୍ତି। ରତ୍ନଭଣ୍ଡାର ସେଥିଲାଗି ସେତେବେଳେ ତିଆରି ହୋଇଥିଲା। ପ୍ରଭୁଙ୍କ ଅଳଙ୍କାର ସବୁ ରତ୍ନଭଣ୍ଡାର ଭିତରେ ସୁରକ୍ଷିତ ଭାବେ ରହିବ ବୋଲି ତାକୁ ୩ ଭାଗରେ ବିଭକ୍ତ କରି ତିଆରି କରାଯାଇଥିଲା। ଶହ ଶହ ବର୍ଷ ତଳେ ଏହା ତିଆରି ହେଲାବେଳେ ଆମେ ମଧ୍ୟ ନ ଥିଲୁ, ଏହା ବହୁ ପୂରୁଣା କଥା ବୋଲି ସେ କହିଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି ଯେ, ସମସ୍ତଙ୍କ ଭଳି ତାଙ୍କ ମନରେ ବି ସନ୍ଦେହ ସୃଷ୍ଟି ହେଉଛି। ରତ୍ନଭଣ୍ଡାରର ରତ୍ନସବୁ ବାହାରକୁ ଚାଲିଯାଇନି ତ ବୋଲି ସେ ପ୍ରଶ୍ନ କରିଛନ୍ତି। ବାହାର ଦେଶ ବା ରାଜ୍ୟକୁ ଜଗନ୍ନାଥଙ୍କ ସମ୍ପତ୍ତି ଚାଲିଯାଇନି ତ। ଜଗନ୍ନାଥଙ୍କ ଜମିବାଡି ସବୁ ତ ବିକ୍ରି କରି ଖାଇଗଲେ, ଏବେ ତାଙ୍କର ଯେଉଁ ମହଣ ମହଣ ସୁନା ଗହଣା ଥିଲା ତାହାକୁ ବି ସବୁ ବିକ୍ରି କରି ଖାଇଗଲେ ବୋଲି ଭାବୁଛି। ତେଣୁ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେଇ ରତ୍ନଭଣ୍ଡାର ଖୋଲନ୍ତୁ। ନ ହେଲେ ଆଗକୁ ଏହି ଘଟଣାରେ ଦେଶବ୍ୟାପୀ ଆନ୍ଦୋଳନ ହେବ ବୋଲି ତାରା କହିଛନ୍ତି। ପୁରୀ ଏମ୍‌ପି ପିନାକୀ ମିଶ୍ର କହିଛନ୍ତି ଯେ, ଏହି ମାମଲା କୋର୍ଟରେ ବିଚାରାଧୀନ ଅଛି। ତେଣୁ କୋର୍ଟରେ ମାମଲା ଥିବାବେଳେ ଏହା ଉପରେ କିଛି କହିବା ଠିକ୍‌ ହେବ ନାହିଁ। ତେଣୁ ଯାହା କୋର୍ଟ ଏବଂ ଲୋକଙ୍କ ଇଚ୍ଛା ହେବ ସେହି ଅନୁସାରେ କାମ ହେବ, ଏ ବିଷୟରେ ଅଧିକ କିଛି କହିବାକୁ ଚାହୁଁନି ବୋଲି ପିନାକୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri