Odisha Elections 2024
Posted inଫୁରସତ

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ ରାଜ୍ୟରେ ହିଟ୍‌ ୱେଭ ଆକଳନ ଯୋଗୁ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ତେବେ ଯେଉଁଠାରେ ବିଦ୍ୟାଳୟ ଖୋଲା ରହିଛି, ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ ପଠାଉନାହାଁନ୍ତି। ଏଭଳି ସ୍ଥିତିରେ ଉତ୍ତରପ୍ରଦେଶର କନୌଜ ଜିଲାର ଏକ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ପିଲାମାନଙ୍କୁ ସ୍କୁଲ ଆଣିବା ପାଇଁ ଏକ ନିଆରା ଉପାୟ ଆପଣାଇଛନ୍ତି। ସେମାନେ ଉକ୍ତ ବିଦ୍ୟାଳୟର ଏକ ଶ୍ରେଣୀଗୃହକୁ ପାଣିରେ ପରିପୂର୍ଣ୍ଣ ଗୋଟିଏ ସୁଇମିଂ ପୁଲ୍‌ରେ ପରିଣତ କରିଛନ୍ତି। ଶିକ୍ଷକମାନଙ୍କର ଏହି କୌଶଳ କାମ କରିଛି। ପ୍ରଚଣ୍ଡ ତାତି ସତ୍ତ୍ୱେ ସୁଇମିଂ ପୁଲ୍‌ରେ ଗାଧୋଇବା ଏବଂ ମଜା କରିବା ବାହାନାରେ ପିଲାମାନେ ବିଦ୍ୟାଳୟରେ ପହଞ୍ଚିଛନ୍ତି। ଶ୍ରେଣୀଗୃହରେ ନିର୍ମିତ ଏହି ସୁଇମିଂ ପୁଲ୍‌ରେ ପିଲାମାନେ ମଜା ନେଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ରିପୋର୍ଟ ଅନୁଯାୟୀ ଏହି ଭିଡିଓ କନୌଜ ଜିଲାର ଉମର୍ଦା ବ୍ଲକର ମେହସୋନାପୁରସ୍ଥିତ ଏକ ପ୍ରାଥମିକ ବିଦ୍ୟାଳୟର। ଏଠାରେ କିଛିଦିନ ହେବ ତାପମାତ୍ରା ଲଗାତର ୪୦ରୁ ୪୨ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚିଥିଲା। ତେଣୁ ଅଭିଭାବକମାନେ ପିଲାଙ୍କୁ ସ୍କୁଲକୁ ପଠାଉ ନ ଥିଲେ। ବିଦ୍ୟାଳୟରେ ପିଲାମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱରେ ଶିକ୍ଷକମାନେ ଶ୍ରେଣୀଗୃହକୁ ସୁଇମିଂ ପୁଲ୍‌ ଭାବେ ପରିଣତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ।...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ...

୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି

ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri