Posted inଫୁରସତ

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ ରାଜ୍ୟରେ ହିଟ୍‌ ୱେଭ ଆକଳନ ଯୋଗୁ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ତେବେ ଯେଉଁଠାରେ ବିଦ୍ୟାଳୟ ଖୋଲା ରହିଛି, ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ ପଠାଉନାହାଁନ୍ତି। ଏଭଳି ସ୍ଥିତିରେ ଉତ୍ତରପ୍ରଦେଶର କନୌଜ ଜିଲାର ଏକ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ପିଲାମାନଙ୍କୁ ସ୍କୁଲ ଆଣିବା ପାଇଁ ଏକ ନିଆରା ଉପାୟ ଆପଣାଇଛନ୍ତି। ସେମାନେ ଉକ୍ତ ବିଦ୍ୟାଳୟର ଏକ ଶ୍ରେଣୀଗୃହକୁ ପାଣିରେ ପରିପୂର୍ଣ୍ଣ ଗୋଟିଏ ସୁଇମିଂ ପୁଲ୍‌ରେ ପରିଣତ କରିଛନ୍ତି। ଶିକ୍ଷକମାନଙ୍କର ଏହି କୌଶଳ କାମ କରିଛି। ପ୍ରଚଣ୍ଡ ତାତି ସତ୍ତ୍ୱେ ସୁଇମିଂ ପୁଲ୍‌ରେ ଗାଧୋଇବା ଏବଂ ମଜା କରିବା ବାହାନାରେ ପିଲାମାନେ ବିଦ୍ୟାଳୟରେ ପହଞ୍ଚିଛନ୍ତି। ଶ୍ରେଣୀଗୃହରେ ନିର୍ମିତ ଏହି ସୁଇମିଂ ପୁଲ୍‌ରେ ପିଲାମାନେ ମଜା ନେଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ରିପୋର୍ଟ ଅନୁଯାୟୀ ଏହି ଭିଡିଓ କନୌଜ ଜିଲାର ଉମର୍ଦା ବ୍ଲକର ମେହସୋନାପୁରସ୍ଥିତ ଏକ ପ୍ରାଥମିକ ବିଦ୍ୟାଳୟର। ଏଠାରେ କିଛିଦିନ ହେବ ତାପମାତ୍ରା ଲଗାତର ୪୦ରୁ ୪୨ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚିଥିଲା। ତେଣୁ ଅଭିଭାବକମାନେ ପିଲାଙ୍କୁ ସ୍କୁଲକୁ ପଠାଉ ନ ଥିଲେ। ବିଦ୍ୟାଳୟରେ ପିଲାମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱରେ ଶିକ୍ଷକମାନେ ଶ୍ରେଣୀଗୃହକୁ ସୁଇମିଂ ପୁଲ୍‌ ଭାବେ ପରିଣତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?