ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର ହେଉ ନ ଥିବାରୁ ସ୍କୁଲ ପରିବେଶ ସମେତ ଶ୍ରେଣୀ ଗୃହ ବିପଦସଙ୍କୁଳ ଅବସ୍ଥାରେ ଥିବାରୁ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଗଛ ମୂଳରେ ପାଠ ପଢ଼ାଉଛନ୍ତି। ଏହି ପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳର କର୍ମେ ପଞ୍ଚାୟତର ସୁରପଦର ଗ୍ରାମସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ବହୁ ଦିନରୁ ବିପଦସଙ୍କୁଳ ଅବସ୍ଥାରେ ପଡି ରହିଛି ସମସ୍ତ ଶ୍ରେଣୀ ଗୃହ ଓ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ। ଯେଉଁ ସବୁ ଶ୍ରେଣୀ ଗୃହ ଅଛି ତାହାର ଛାତରୁ ସିମେଣ୍ଟ ଫାଟି ଖସି ପଡୁଛି। ଶିକ୍ଷକଙ୍କ ବୁଦ୍ଧିମାନ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଓ ଜୀବନ ବଞ୍ଚାଇବା ପାଇଁ ପିଲାଙ୍କୁ ଗଛ ତଳେ ପାଠ ପଢ଼ାଉଛନ୍ତି। ଏହି ପ୍ରାଥମିକ ବିଦ୍ୟାଳୟ ୧୯୬୧ ମସିହାରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ବର୍ତ୍ତମାନ ୨୫ ଛାତ୍ରୀଛାତ୍ର ପଢୁଥିବା ବେଳେ ୨ଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ଶିଶୁ ବାଟିକାରୁ ୫ମ ଶ୍ରେଣୀ ଯାଏ ଥିବା ଏହି ବିଦ୍ୟାଳୟର ସ୍ଥିତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ରାଜ୍ୟ ସରକାର ଶିକ୍ଷାର ବିକାଶ ପାଇଁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ସୀମାନ୍ତ ଅଞ୍ଚଳରେ ସ୍ଥାପିତ ସୁରପଦର ପ୍ରାଥମିକ ବିଦ୍ୟାଳୟ ପ୍ରତି କାହାର ଦୃଷ୍ଟି ହେଉ ନାହିଁ। ଖୋଦ ନର୍ଲା ବିଧାୟିକାଙ୍କ ବାସ ଭବନଠାରୁ ପ୍ରାୟ ୩ କିମି ଦୂରରେ ଏହି ପ୍ରାଥମିକ ବିଦ୍ୟାଳୟ ଅବସ୍ଥାପିତ କିନ୍ତୁ ବିଧାୟିକାଙ୍କ ମଧ୍ୟ ଦୃଷ୍ଟି ନାହିଁ। ଯାହାଫଳରେ ଶିକ୍ଷାଦାନରେ ବାଧା ପ୍ରାପ୍ତ ହେବା ସହ ବିପଦସଙ୍କୁଳ ଅବସ୍ଥାରେ ଥିବା ଶ୍ରେଣୀ ଗୃହ ପଡ଼ିରହିଛି। ଗ୍ରାମର ଅଭିଭାବକ ଶିକ୍ଷା କମିଟି ସଭାପତି ଓ ପ୍ରଧାନଶିକ୍ଷକ ବହୁବାର ଶିକ୍ଷା ବିଭାଗକୁ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନାହିଁ। ଏ ସଂକ୍ରାନ୍ତରେ ଶିକ୍ଷା କମିଟି ସଭାପତି ରଜନୀକାନ୍ତ ରେଡ୍ଡୀଙ୍କୁ ପଚାରିବାରୁ ଶିକ୍ଷା ବିଭାଗର ବିଇଓ ଏବଂ , ବିଡିଓ ଙ୍କୁ ବହୁ ଲିଖିତ ଅଭିଯୋଗ କରିଛୁ କେହି ବି ସୀମାନ୍ତ ଅଞ୍ଚଳ କୁ ଦୃଷ୍ଟି ଦେଉ ନାହାନ୍ତି। ଯଦି ୧୫ ଦିନ ଭିତରେ ଶିକ୍ଷା ବିଭାଗ କିଛି ବିଚାର ନ କରନ୍ତି ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲରେ ଗଣଧାରଣା ଦେଇ ତାଲା ବନ୍ଦ କରିବୁ ବୋଲି ପ୍ରକାଶ କରିଥିଲେ। ଏ ନେଇ ପ୍ରଧାନଶିକ୍ଷକ ମନୋଜ କୁମାର ଶବରଙ୍କୁ ପଚାରିବାରୁ ସବୁ ଶ୍ରେଣୀ ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି, କେତେ ବେଳେ ଛାତ ପଡ଼ିବ କେହି କହି ପାରିବେ ନାହିଁ। ତେଣୁ ଶିକ୍ଷା ବିଭାଗ ଯଥା ଶୀଘ୍ର ନୂତନ ସ୍କୁଲ ଘର ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରନ୍ତୁ ନଚେତ୍‌ ଖରା ବର୍ଷାରେ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ କ୍ଷେତ୍ରରେ ଅସୁବିଧା ହେବ ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?