ଟ୍ରେନ୍‌ ଟଏଲେଟ୍‌ରେ  ଯୁବକଙ୍କ ମୃତଦେହ ଦେଖି ସଫେଇ କର୍ମଚାରୀ…

ସମ୍ବଲପୁର,୧୦ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍‌ରେ ଟ୍ରେନ୍‌ର ଟଏଲେଟ୍‌ରୁ ଏକ  ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ। ମୃତ ଯୁବକ ଜଣକ ସମ୍ବଲପୁର ଜିଲା ବଡ଼ରମାର ପ୍ରସାଦୀ ବାଗ(୩୮) ବୋଲି ପରିଚୟ ମିଳିଛି। ସେ ସିକନ୍ଦରାବାଦରେ କୌଣସି କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଓ ଉକ୍ତ ଟ୍ରେନରେ ସମ୍ବଲପୁର ଫେରୁ ଥିଲେ। ଟ୍ରେନର ନମ୍ବର ୨୦୮୦୯ ନାନ୍ଦେଡ-ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ୍‌ ଆସି ସମ୍ବଲପୁରରେ ପହଞ୍ଚିଲା ପରେ ସୋମବାର ସକାଳେ ସଫେଇ ପାଇଁ ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନରେ ଛିଡ଼ା ହୋଇଥିଲା। ଏହି ସମୟରେ ସଫେଇ କଲାବେଳେ ଟ୍ରେନ୍‌ ଏକ ବଗିର ଟଏଲେଟ୍‌ରେ ଜଣେ ଯୁବକଙ୍କ ମୃତଦେହ ଦେଖି ସଫେଇ କର୍ମଚାରୀ ଭୟଭୀତ ହେବା ସହ ରେଳବାଇ ପୋଲିସକୁ ଖବର ଦେଇଥିଲେ। ଖବରପାଇ ରେଳବାଇ ପୋଲିସ ସେଠାରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା।

କେଉଁ କାରଣରୁ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହେଲା ସେନେଇ ତଦନ୍ତ ଜାରି ରଖିଛି ରେଳବାଇ ପୋଲିସ। ଅପରପକ୍ଷରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି। ତେବେ ଟ୍ରେନ୍‌ରୁ ମୃତ ଯୁବକଙ୍କ କୌଣସି ସାମଗ୍ରୀ ବା ମୋବାଇଲ ଫୋନ୍‌ ପୋଲିସ ଉଦ୍ଧାର ହୋଇଛି ନା ନାହିଁ ସେ ସମ୍ପର୍କରେ ରେଳବାଇ ପୋଲିସ କୌଣସି ସୂଚନା ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri