ଟ୍ରେନ୍‌ ଟଏଲେଟ୍‌ରେ  ଯୁବକଙ୍କ ମୃତଦେହ ଦେଖି ସଫେଇ କର୍ମଚାରୀ…

ସମ୍ବଲପୁର,୧୦ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍‌ରେ ଟ୍ରେନ୍‌ର ଟଏଲେଟ୍‌ରୁ ଏକ  ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ। ମୃତ ଯୁବକ ଜଣକ ସମ୍ବଲପୁର ଜିଲା ବଡ଼ରମାର ପ୍ରସାଦୀ ବାଗ(୩୮) ବୋଲି ପରିଚୟ ମିଳିଛି। ସେ ସିକନ୍ଦରାବାଦରେ କୌଣସି କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଓ ଉକ୍ତ ଟ୍ରେନରେ ସମ୍ବଲପୁର ଫେରୁ ଥିଲେ। ଟ୍ରେନର ନମ୍ବର ୨୦୮୦୯ ନାନ୍ଦେଡ-ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ୍‌ ଆସି ସମ୍ବଲପୁରରେ ପହଞ୍ଚିଲା ପରେ ସୋମବାର ସକାଳେ ସଫେଇ ପାଇଁ ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନରେ ଛିଡ଼ା ହୋଇଥିଲା। ଏହି ସମୟରେ ସଫେଇ କଲାବେଳେ ଟ୍ରେନ୍‌ ଏକ ବଗିର ଟଏଲେଟ୍‌ରେ ଜଣେ ଯୁବକଙ୍କ ମୃତଦେହ ଦେଖି ସଫେଇ କର୍ମଚାରୀ ଭୟଭୀତ ହେବା ସହ ରେଳବାଇ ପୋଲିସକୁ ଖବର ଦେଇଥିଲେ। ଖବରପାଇ ରେଳବାଇ ପୋଲିସ ସେଠାରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା।

କେଉଁ କାରଣରୁ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହେଲା ସେନେଇ ତଦନ୍ତ ଜାରି ରଖିଛି ରେଳବାଇ ପୋଲିସ। ଅପରପକ୍ଷରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି। ତେବେ ଟ୍ରେନ୍‌ରୁ ମୃତ ଯୁବକଙ୍କ କୌଣସି ସାମଗ୍ରୀ ବା ମୋବାଇଲ ଫୋନ୍‌ ପୋଲିସ ଉଦ୍ଧାର ହୋଇଛି ନା ନାହିଁ ସେ ସମ୍ପର୍କରେ ରେଳବାଇ ପୋଲିସ କୌଣସି ସୂଚନା ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri