ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି I ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ପରେଡେ ଅଭିବାଦନ ଗ୍ରହଣ କରିଥିଲେ। ତାଙ୍କ ବକ୍ତବ୍ୟରେ ସେ ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ ବୋଲି ମତପ୍ରକାଶ କରିଥିଲେ। ଗୃହରକ୍ଷୀମାନେ ପ୍ରାକୃତିକ ବିପର୍ଯ୍ୟୟଠାରୁ ଆରମ୍ଭ କରି ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଭଳି ସବୁ କ୍ଷେତ୍ରରେ ନିଷ୍ଠାପର ଭାବେ କର୍ତ୍ତବ୍ୟ ସମ୍ପାଦନ କରି ଆସୁଛନ୍ତି
ବୋଲି କହିଥିଲେ। ନିଷ୍ଠା ଓ ସେବା କାର୍ଯ୍ୟ ଯୋଗୁ ଗୃହରକ୍ଷୀମାନେ ଜନସାଧାରଣଙ୍କ ଆସ୍ଥାଭାଜନ ହୋଇଛନ୍ତି ବୋଲି ଏସ୍‌ପି ପ୍ରଶଂସା କରିଥିଲେ। ଏହି ଅବସରରେ ଏସପି ଅଭିଳାଷ ଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ହୋମଗାର୍ଡ ଡିଜିଙ୍କ ବାର୍ତ୍ତା ପାଠ କରିଥିଲେ।
ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ, ଆଡିସନାଲ ଏସପି ଗୁଣନିଧି ମଲ୍ଲିକ, ଟାଉନ ଥାନା ଅଧିକାରୀ ଅବନୀ ସାହୁ, ବିଭିନ୍ନ ଥାନାର ଅଧିକାରୀ ସମେତ ଜିଲା ପୋଲିସର ବରିଷ୍ଠ ଅଧିକାରୀମାନେ, ଅବସରପ୍ରାପ୍ତ ପୋଲିସ କର୍ମଚାରୀ ଓ ବଲାଙ୍ଗିର ନାଗରିକ କମିଟି ସଭାପତି ଶ୍ରୀକର ମିଶ୍ର ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri