ଡେଥ୍‌ ସାର୍ଟିଫିକେଟ ପିଛା ୬୦୦ ଟଙ୍କା ଦାବି କରୁଥିଲେ କିରାଣି

ବରଗଡ଼ ଅଫିସ୍‌,୪।୩: ବରଗଡ଼ ବ୍ଲକ ଅଧୀନ କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ଭି.ଏସ୍‌(ଭାଇଟାଲ ଷ୍ଟାଟିଷ୍ଟିକ୍‌) କିରାଣି ଭାବେ କାର୍ଯ୍ୟରତ ମନୋଜ କୁମାର ସ୍ବାଇଁ ଗୁରୁବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁକାଳୀନ ପ୍ରମାଣପତ୍ର (ଡେଥ୍‌ ସାର୍ଟିଫିକେଟ୍‌) ଦେବା ପାଇଁ ଜଣେ ମୃତକଙ୍କ ସମ୍ପର୍କୀୟଙ୍କୁ ୬୦୦ ଟଙ୍କା ଲାଞ୍ଚ ମାଗୁଥିବା ବେଳେ ବରଗଡ଼ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଭିଜିଲାନ୍ସ ପକ୍ଷରୁ ଏକ ମାମଲା(ନଂ.୧୧/୨୦୨୧) ରୁଜୁ ହୋଇଛି। ଗିରଫ କିରାଣିଙ୍କୁ ସମ୍ବଲପୁର ଭିଜିଲାନ୍ସର ସ୍ପେଶାଲ ଜଜ୍‌ଙ୍କ କୋର୍ଟକୁ ଚାଲାଣ କରାଯାଇଥିବା ଭିଜିଲାନ୍ସ ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ, ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ନନ୍ଦନମାଲ ଗ୍ରାମର ସର୍ବେଶ୍ୱର ବିଶି ତାଙ୍କର ସମ୍ପର୍କୀୟ ସ୍ବର୍ଗତ ସୁକୁନୁ ଅମାତ୍‌ଙ୍କ ମୃତ୍ୟୁକାଳୀନ ପ୍ରମାଣପତ୍ର ପାଇଁ କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଆବେଦନ କରିଥିଲେ । ତେବେ ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ଦାୟିତ୍ୱରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରର କିରାଣି ସ୍ବାଇଁ ୬୦୦ ଟଙ୍କା ଦାବି କରିଥିଲେ । ଏହି ସମ୍ପର୍କରେ ବୁଧବାର ସର୍ବେଶ୍ୱର ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ଲାଞ୍ଚ ଦାବି କରୁଥିବା କିରାଣିଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ଯୋଜନା ଅନୁଯାୟୀ, ମୃତକଙ୍କ ସମ୍ପର୍କୀୟ ସର୍ବେଶ୍ୱର କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ କିରାଣି ସ୍ବାଇଁଙ୍କୁ ରାସାୟନିକ ପ୍ରଲେପଦିଆ ୬୦୦ ଟଙ୍କା ପ୍ରଦାନ କରିଥିଲେ। ସେତିକିବେଳେ ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ପରମେଶ୍ୱରଙ୍କ ନେତୃତ୍ୱରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଟଙ୍କା ଜବତ୍‌ କରିବା ସହିତ କିରାଣି ସ୍ବାଇଁଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri