ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଦେଲେ ଏସବୁ କଥା

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦର ସଦସ୍ୟ ଏବଂ ବର୍ତ୍ତମାନ ଓ ପୂର୍ବତନ ବିଧାୟକମାନେ ଉପସ୍ଥିତ ଥିଲେ।

ଗୃହରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ତାଙ୍କର ସଂଘର୍ଷମୟ ଜୀବନ ଓ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ସର୍ବୋଚ୍ଚ ଆସନରେ ବସି ମଧ୍ୟ ଆପଣ ନିଜ ଜନ୍ମଭୂମି ଓ କର୍ମଭୂମିକୁ ଭୁଲି ନାହାନ୍ତି।” ସେ ରାଷ୍ଟ୍ରପତିଙ୍କ କାର୍ଯ୍ୟଧାରାକୁ ‘ଅନନ୍ୟ’ ବୋଲି ବର୍ଣ୍ଣନା କରି କହିଥିଲେ ଯେ ତାଙ୍କର ବିଧାୟିକା, ମନ୍ତ୍ରୀ, ରାଜ୍ୟପାଳ, ଏବଂ ରାଷ୍ଟ୍ରପତି ଭାବେ କାର୍ଯ୍ୟ ଅତୁଳନୀୟ।

ମୁଖ୍ୟମନ୍ତ୍ରୀ ନିଜ ସରକାରଙ୍କ କାର୍ଯ୍ୟଧାରା ବିଷୟରେ ରାଷ୍ଟ୍ରପତିଙ୍କୁ ଅବଗତ କରାଇଥିଲେ ଏବଂ ଆଶା ପ୍ରକାଶ କରିଥିଲେ ଯେ, “ଆପଣଙ୍କ ପରାମର୍ଶ ୨୦୩୬ ସମୃଦ୍ଧ ଓଡ଼ିଶା ଗଠନରେ ସହାୟକ ହେବ।”

ବାଚସ୍ପତି ଏହି ମୁହୂର୍ତ୍ତକୁ ବିଧାନସଭା ପାଇଁ ‘ଐତିହାସିକ’ ବୋଲି ବର୍ଣ୍ଣନା କରିବା ସହ ରାଷ୍ଟ୍ରପତିଙ୍କ ପୂର୍ବ ରାଜନୈତିକ କ୍ୟାରିୟର, ଯେଉଁଥିରେ ସେ ଶ୍ରେଷ୍ଠ ବିଧାୟିକା ଭାବେ ପୁରସ୍କୃତ ହୋଇଥିଲେ, ତାହାକୁ ସ୍ମରଣ କରିଥିଲେ। ସେହିପରି ବିରୋଧୀଦଳ ନେତା କହିଥିଲେ, “ଓଡ଼ିଆ ଝିଅ ଭାବେ ସର୍ବୋଚ୍ଚ ଆସନରେ ବସିଥିବାରୁ ଆମ ପାଇଁ ଆଜି ଗର୍ବର ବିଷୟ।”

ମୁର୍ମୁ ୨୦୦୦ରୁ ୨୦୦୯ ଯାଏଁ ରାଇରଙ୍ଗପୁରରୁ ବିଧାୟିକା ଥିଲେ ଏବଂ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଣିଜ୍ୟ, ପରିବହନ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୫ରେ ସେ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri