ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଦେଲେ ଏସବୁ କଥା

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦର ସଦସ୍ୟ ଏବଂ ବର୍ତ୍ତମାନ ଓ ପୂର୍ବତନ ବିଧାୟକମାନେ ଉପସ୍ଥିତ ଥିଲେ।

ଗୃହରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ତାଙ୍କର ସଂଘର୍ଷମୟ ଜୀବନ ଓ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ସର୍ବୋଚ୍ଚ ଆସନରେ ବସି ମଧ୍ୟ ଆପଣ ନିଜ ଜନ୍ମଭୂମି ଓ କର୍ମଭୂମିକୁ ଭୁଲି ନାହାନ୍ତି।” ସେ ରାଷ୍ଟ୍ରପତିଙ୍କ କାର୍ଯ୍ୟଧାରାକୁ ‘ଅନନ୍ୟ’ ବୋଲି ବର୍ଣ୍ଣନା କରି କହିଥିଲେ ଯେ ତାଙ୍କର ବିଧାୟିକା, ମନ୍ତ୍ରୀ, ରାଜ୍ୟପାଳ, ଏବଂ ରାଷ୍ଟ୍ରପତି ଭାବେ କାର୍ଯ୍ୟ ଅତୁଳନୀୟ।

ମୁଖ୍ୟମନ୍ତ୍ରୀ ନିଜ ସରକାରଙ୍କ କାର୍ଯ୍ୟଧାରା ବିଷୟରେ ରାଷ୍ଟ୍ରପତିଙ୍କୁ ଅବଗତ କରାଇଥିଲେ ଏବଂ ଆଶା ପ୍ରକାଶ କରିଥିଲେ ଯେ, “ଆପଣଙ୍କ ପରାମର୍ଶ ୨୦୩୬ ସମୃଦ୍ଧ ଓଡ଼ିଶା ଗଠନରେ ସହାୟକ ହେବ।”

ବାଚସ୍ପତି ଏହି ମୁହୂର୍ତ୍ତକୁ ବିଧାନସଭା ପାଇଁ ‘ଐତିହାସିକ’ ବୋଲି ବର୍ଣ୍ଣନା କରିବା ସହ ରାଷ୍ଟ୍ରପତିଙ୍କ ପୂର୍ବ ରାଜନୈତିକ କ୍ୟାରିୟର, ଯେଉଁଥିରେ ସେ ଶ୍ରେଷ୍ଠ ବିଧାୟିକା ଭାବେ ପୁରସ୍କୃତ ହୋଇଥିଲେ, ତାହାକୁ ସ୍ମରଣ କରିଥିଲେ। ସେହିପରି ବିରୋଧୀଦଳ ନେତା କହିଥିଲେ, “ଓଡ଼ିଆ ଝିଅ ଭାବେ ସର୍ବୋଚ୍ଚ ଆସନରେ ବସିଥିବାରୁ ଆମ ପାଇଁ ଆଜି ଗର୍ବର ବିଷୟ।”

ମୁର୍ମୁ ୨୦୦୦ରୁ ୨୦୦୯ ଯାଏଁ ରାଇରଙ୍ଗପୁରରୁ ବିଧାୟିକା ଥିଲେ ଏବଂ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଣିଜ୍ୟ, ପରିବହନ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୫ରେ ସେ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?