ଆଜି ଇମାମି-କିସ୍‌ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ବାଲେଶ୍ୱର ଜିଲା ରେମୁଣା ବ୍ଲକ୍‌ ଅନ୍ତର୍ଗତ ଆରମଳାଠାରେ ନିର୍ମିତ କିସ୍‌ର ନୂତନ ଶାଖା ଇମାମି-କିସ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖ ସୋମବାର ଉଦ୍‌ଘାଟନ କରିବେ। ୧ଲକ୍ଷ ୨୦ହଜାର ବର୍ଗଫୁଟ ଅଞ୍ଚଳରେ ଗଢ଼ି ଉଠିଥିବା ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରି ନିର୍ମାଣ, ମେକାନାଇଜ୍‌ଡ୍‌ ରୋଷଶାଳା, ୨୫ ଶଯ୍ୟାବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ନିମନ୍ତେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏଥିରୁ ଇମାମି ଗ୍ରୁପ୍‌ ୧୪ କୋଟି ଟଙ୍କା ଆର୍ଥତ୍କ ସହାୟତା ଯୋଗାଇ ଦେଇଥିବାବେଳେ ବାକି ୩୬ କୋଟି ଟଙ୍କା କିଟ୍‌ ତରଫରୁ ଖର୍ଚ୍ଚ କରାଯାଇଛି।
ଇମାମି-କିସ୍‌ ଆବାସିକ ବିଦ୍ୟାଳୟରେ ସିବିଏସ୍‌ଇ ପାଠ୍ୟକ୍ରମରେ ଶିକ୍ଷାଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଓଡ଼ିଶାର ବିଭିନ୍ନ ଜିଲାର ୧୨ଶହ ଗରିବ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ। ପାଠପଢ଼ା ବ୍ୟତୀତ ଏଠାରେ ଛାତ୍ରୀଛାତ୍ରଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷକରି ଉନ୍ନତମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ। ଏଠାରୁ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରସ୍ଥିତ କିସ୍‌ କିମ୍ବା କିଟ୍‌ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରିପାରିବେ। ଭୁବନେଶ୍ୱର କିସ୍‌ ଭଳି ଏଠାରେ ସମ୍ପୂର୍ଣ୍ଣ ଆବାସିକ ଓ ବିନା ଦେୟରେ ଗରିବ ପିଲାମାନେ ପାଠ ପଢ଼ିବେ। ସମ୍ପୂର୍ଣ୍ଣ ସବୁଜ, ଇକୋ-ଫ୍ରେଣ୍ଡଲି ଓ ଟେକ୍ନୋଲୋଜି ଉପଯୋଗରେ ଏହି କ୍ୟାମ୍ପସ ପରିଚାଳିତ ହେବ।
ସୂଚନାଯୋଗ୍ୟ, ବିଶ୍ୱର ଏକମାତ୍ର ବୃହତ୍ତମ ଆବାସିକ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ହେଉଛି କିସ୍‌। ବିଭିନ୍ନ ଜିଲାରେ ଗରିବ ପିଲାଙ୍କୁ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ କିସ୍‌ ଆହୁରି ଶାଖା ଖୋଲିବାର ଯୋଜନା ରହିଛି। ଏହା ପୂର୍ବରୁ ଓଡ଼ିଶାର ବଲାଙ୍ଗୀର ଓ ମୟୂରଭଞ୍ଜରେ କିସ୍‌ର ଶାଖା ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri