ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ ମଙ୍ଗଳବାର ମହିଳା ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ ଜୌନପୁର ଅଞ୍ଚଳର ଅମନ ଉପାଧ୍ୟାୟ।
ପୋଲିସ ସୂଚନା ଅନୁଯାୟୀ, ଅମନ ଭୁବନେଶ୍ବରରେ ପ୍ରାୟ ୧ ବର୍ଷ ପୂର୍ବେ ଏକ ଧାରାବାହିକରେ ସହ-ନିର୍ଦ୍ଦେଶକ ଭାବେ କାମ କରୁଥିଲେ। ଅଭିଯୋଗକାରିଣୀ ଅଭିନେତ୍ରୀ ଉକ୍ତ ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ। ଏହି ସମୟରେ ଦୁହିଁଙ୍କ ମଧ୍ୟରେ ପରିଚୟ ହେବାପରେ ଅମନ ଅଭିନେତ୍ରୀଙ୍କୁ ଏକତରଫା ଭଲପାଇବା ସହିତ ତାଙ୍କ ଅନିଚ୍ଛା ସତ୍ତ୍ବେ ବାରମ୍ବାର ପ୍ରେମ ନିବେଦନ କରିଥିଲେ। ଏଥିରେ ଅରାଜି ହେବାରୁ ଅମନ ସମ୍ପୃକ୍ତ ଅଭିନେତ୍ରୀଙ୍କ ଫଟୋ ସହ ନିଜ ଫଟୋକୁ ଏଆଇ ମାଧ୍ୟମରେ ଏଡିଟ୍‌ କରି ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ପୋଷ୍ଟ କରିଥିଲେ। ଏଥିସହ ସେ ଅଭିନେତ୍ରୀଙ୍କ କେତେଜଣ ସାଙ୍ଗଙ୍କୁ ମଧ୍ୟ ଏହି ଫଟୋଗୁଡିକୁ ପଠାଇଥିଲେ। ଏନେଇ ଅଭିନେତ୍ରୀ ଜଣକ ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୨୯୧/୨୬) ରୁଜୁ କରି ତଦନ୍ତ କରିବା ସହ ଅମନଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?